ମିଶ୍ରପଡ଼ାରେ ଏମ୍‌ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍‌ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ଆଲୋଚନା ପାଇଁ ପୂର୍ବରୁ ସମୟ ଧାର୍ଯ୍ୟ କରାଯାଇଥିଲେ ବି ବୈଠକ ହୋଇପାରି ନାହିଁ। ଏପରି କି ଲୋକଙ୍କୁ ସଚେତନ କରିବା ପାଇଁ ପୌର କର୍ତ୍ତୃପକ୍ଷ ପ୍ରସ୍ତୁତ କରିଥିବା ଭିଡିଓକୁ ମଧ୍ୟ କେହି ଦେଖିଲେ ନାହଁି। ଏଠାରେ ଏମ୍‌ସିସି ନିର୍ମାଣ କରାଯାଇପାରିବ ନାହିଁ ବୋଲି ରୋକ୍‌ଠୋକ୍‌ କହିବା ସହ ଅନୁଗୋଳ ପୌରପାଳିକା ଗୋ ବ୍ୟାକ୍‌ ବୋଲି କହି ପ୍ରତିବାଦ କରିଥିଲେ। ଫଳରେ ଲୋକଙ୍କୁ ସଚେତନ କରିବାକୁ ଯାଇଥିବା ପୌର କର୍ତ୍ତୃପକ୍ଷ ବାଧ୍ୟ ହୋଇ ମିଶ୍ରପଡ଼ାରୁ ଫେରିଆସିଥିଲେ। ଘଟଣା ସମ୍ପର୍କରେ ପୌରପାଳିକା ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଅନୁଗୋଳ ପୌରପାଳିକା ପକ୍ଷରୁ ସହରର ୩ଟି ସ୍ଥାନରେ ଏମ୍‌ସିସି ନିର୍ମାଣ କରାଯିବ। ହୁଲୁରୁସିଂହାରେ ଏହି ନିର୍ମାଣ ଚାଲୁଥିବାବେଳେ ହେମସୁରପଡ଼ା ଦୁର୍ଗାମଣ୍ଡପ ଠାରେ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତେବେ ମିଶ୍ରପଡ଼ାରେ ନିର୍ମାଣ ପୂର୍ବରୁ ପୌରପାଳିକାକୁ ଜୋରଦାର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଗତ ଗୁରୁବାର ସ୍ଥାନୀୟ ଲୋକେ ନିର୍ମାଣ କାର୍ଯ୍ୟକୁ ବିରୋଧ କରିଥିଲେ। ଏହାପରେ ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଏମ୍‌ସିସିର କାର୍ଯ୍ୟ ସମ୍ପର୍କରେ ମଙ୍ଗଳବାର ଲୋକଙ୍କୁ ଭିଡିଓ ମାଧ୍ୟମରେ ସଚେତନ କରିବା ସହ ପୋଷ୍ଟର ମାରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଆଜି ପୌର କର୍ତ୍ତୃପକ୍ଷ ଦଳ ବଳ ଧରି ହାଇଟେକ୍‌ ନର୍ସରୀ ନିକଟକୁ ଯାଇଥିଲେ ମଧ୍ୟ ଲୋକଙ୍କ ବିରୋଧର ଶିକାର ହୋଇଥିଲେ। ଏପରି କି କୌଣସି ଆଲୋଚନା କରାଯିବ ନାହିଁ ବୋଲି ଲୋକମାନେ ସିଧାସଳଖ ଭାବେ କହିଥିଲେ। ପୌର କର୍ତ୍ତୃପକ୍ଷ ପାରାଦୀପ ଯାଇ ଆଣିଥିବା ଏମ୍‌ସିସିର ଭିଡିଓକୁ ମଧ୍ୟ ସ୍ଥାନୀୟ ଲୋକେ ଦେଖିବାକୁ ମନା କରିଦେଇଥିଲେ। ଏ ନେଇ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, ଲୋକମାନେ ବିରୋଧ କରିବାରୁ ଫେରିଆସିଲୁ। କୌଣସି କଥା ସେମାନେ ଶୁଣିବାକୁ ପ୍ରସ୍ତୁତ ନ ଥିଲେ। ଏ ନେଇ ଜିଲାପାଳଙ୍କୁ ଅବଗତ କରିବୁ। ସେ ଯାହା ପଦକ୍ଷେପ ନେବେ ତାକୁ ଅପେକ୍ଷା କରିବୁ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri