Posted inରାଜ୍ୟ

‘ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ’: ଟାଇଟଲ ଜିତିଲେ ଓଡ଼ିଆ ଝିଅ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନୂଆଦିଲ୍ଲୀରେ ଅନୁଷ୍ଠିତ ମିସ୍‌ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ଟାଇଟଲ ଜିତିଛନ୍ତି ଓଡ଼ିଆ ଝିଅ ଲାବଣ୍ୟା ଦାସ। ଭୁବନେଶ୍ୱର ୟୁନିଟ୍‌-୮ ଡିଏଭିରେ ଦଶମ ଶ୍ରେଣୀରେ ପଢୁଥିବା ଲାବଣ୍ୟା ଏହି ଟାଇଟଲ ଜିତି ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ରବିବାର ରାତିରେ ଅନୁଷ୍ଠିତ ଏହି ବ୍ୟୁଟି ପାଜେଣ୍ଟରେ ଓଡ଼ିଶାରୁ ଏକମାତ୍ର ପ୍ରତିଯୋଗୀଭାବେ ଲାବଣ୍ୟା ଅଂଶଗ୍ରହଣ କରିଥିଲେ। ଭାରତରୁ ୪୦ ଜଣ ପ୍ରତିଯୋଗୀ ଫାଇନାଲ ରାଉଣ୍ଡକୁ ଯାଇଥିବାବେଳେ ଲାବଣ୍ୟା ସମସ୍ତଙ୍କୁ ପଛରେ ପକାଇ ଟାଇଟଲ ଜିତିଥିଲେ। ପୂର୍ବରୁ ମାଲେସିଆରେ ଅନୁଷ୍ଠିତ ମିସ୍‌ ଟୁରିଜିମ୍‌ ଆମ୍ବାସାଡର ୟୁନିଭର୍ସ ୨୦୧୮ ପ୍ରତିଯୋଗିତାରେ ସେ ମିସ୍‌ ଟୁରିଜିମ୍‌ ଆମ୍ବାସାଡର ୟୁନିଭର୍ସ ଟିନ୍‌ ଟାଇଟଲ୍‌ ହାସଲ କରିଥିଲେ। ଓଡ଼ିଶାର କଳା, ସଂସ୍କୃତିର ଝଲକ ଦେଇ ସେ ପିନ୍ଧିଥିବା ଗାଉନ୍‌ ଏହି ପ୍ରତିଯୋଗିତାର ‘ବେଷ୍ଟ୍‌ କଷ୍ଟ୍ୟୁମ୍‌’ ଟାଇଟଲ୍‌ ଜିତିବାରେ ସଫଳ ହୋଇଥିଲା। ଏହାସହ ଥାଇଲାଣ୍ଡରେ ଅନୁଷ୍ଠିତ ‘ପ୍ରିନ୍ସ ଆଣ୍ଡ ପ୍ରିନ୍ସେସ୍‌ ଇଣ୍ଟରନ୍ୟାଶନାଲ’ରେ ସେ ‘ବେଷ୍ଟ୍‌ ଫାଣ୍ଟାସୀ ନ୍ୟାଶନାଲ କଷ୍ଟ୍ୟୁମ୍‌’, ‘ବେଷ୍ଟ୍‌ ଆଉଟ୍‌ଷ୍ଟାଣ୍ଡିଂ ଆଚିଭର୍‌ ୨୦୧୮’ ଏବଂ ‘ବେଷ୍ଟ୍‌ ଫୋକ୍‌ ଡ୍ୟାନ୍ସର’ ଜିତି ଓଡ଼ିଶା ପାଇଁ ଗୌରବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri