ମିିନିବସ୍‌ ଓଲଟି ୧୩ ଆହତ

ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍‌ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା ପ୍ରଧାନ, ଅଞ୍ଜୁଳା ପ୍ରଧାନ, ଅମିତ କୁମାର ପ୍ରଧାନ, ସାରଙ୍ଗଗଡ ଥାନା ରତିଫ ଗ୍ରାମର ସାବିତ୍ରୀ ମୁଖୀ, ପରିବନ ମୁଖୀ, ବ୍ରାହ୍ମଣୀଗାଁର ରଞ୍ଜିତ ମଲିକ, ପିଡ଼ାଲିମାହାର କିରନ ମଳିକ, ଟିକାବାଲିର ପଲଭି ବଗର୍ତ୍ତି, ଲଚ୍ଛମା ବଗର୍ତ୍ତୀ, ପାଟାପଦର ଜୟନ୍ତ ବଗର୍ତ୍ତି, ବିମିପଡାର ମୌସୁମୀ ଦିଗାଳ, ମଞ୍ଜୁଳ ପ୍ରଧାନ, ଚକାପାଦ ଥାନା ନନ୍ଦିନୀର କମ୍ବୁପାଣୀ ନାୟକ ା୩୦ ଜଣ ଯାତ୍ରୀଙ୍କୁ ନେଇ ମିନିବସଟି୍‌ ଫୁଲବାଣୀରୁ ଜି.ଉଦୟଗିରିକୁ ଯାଉଥିବା ବେଳେ କୋଚିଲାଗଡ ନାଳ ଡାଇଭର୍ସନ ରୋଡରେ ବ୍ରେକ ଫେଲ୍‌ ହେବାରୁ ଓଲଟି ପଡିଥିଲା। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଟିକାବାଲି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଯମୁନା ନାୟକ ଗୁରୁତର ହେବାରୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଦୁର୍ଘଟଣା ଯୋଗୁ ଜି.ଉଦୟଗିରିକୁ ୨ ଘଣ୍ଟା ଯାନବାହନ ଚଳାଳଚ ବନ୍ଦ ରହିଥିଲା। ଟିକାବାଲି ଥାନା ଆଇଆଇସି ରେବତୀ ଶବର ପହଞ୍ଚତ୍ ରାସ୍ତାରୁ ମିନିବସ୍‌କୁ ହଟାଇବା ପରେ ଚଳାଚଳ ଗାଡି ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri