ମୀନାକ୍ଷୀ ମିଶ୍ର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ: ଭାଜପା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପୋଲିସଠାରୁ ନ୍ୟାୟ ନ ପାଇ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ରହ୍ମପୁର ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଯଦି ସରକାର ଓ ପ୍ରଶାସନ ତାଙ୍କ ଅଭିଯୋଗ ଶୁଣିଥାନ୍ତେ ତେବେ ମୀନାକ୍ଷୀଙ୍କ ମୃତ୍ୟୁ ହୋଇ ନ ଥାଆନ୍ତା ବୋଲି ଭାଜପା ଅଭିଯୋଗ କରିଛି। ଏହାସହ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ତକ୍ଷେପ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଭାଜପା ଦାବି କରିଛି।
ଭାଜପା ମହିଳା ମୋର୍ଚ୍ଚା ସଭାପତି ପ୍ରଭାତି ପରିଡା କହିଛନ୍ତି, ଏଭଳି ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର, ଗୃହ ବିଭାଗ ଏବଂ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଦାୟୀ। ବିଜେଡି ନେତ୍ରୀ ପ୍ରଶାସନ ପାଖରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରି ଜୀବନ ହାରିବା ଘଟଣା ସମଗ୍ର ନାରୀଜାତିକୁ ଅପମାନିତ କରିଛି। ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ଏଥିରେ ମର୍ମାହତ ହୋଇଛି। ରାଜ୍ୟ ସରକାର ନାରୀମାନଙ୍କୁ ସୁରକ୍ଷା ଦେବାରେ ଫେଲ୍‌ ମାରିଛନ୍ତି। ପୀଡିତାଙ୍କ ସମସ୍ୟା ଶୁଣିବା ପାଇଁ ପୋଲିସ ପ୍ରଶାସନ ପାଖରେ ସମୟ ନାହିଁ। ରାଜ୍ୟରେ କୌଣସି ଘଟଣା ଘଟିଲା ପରେ ପୋଲିସ ଉଦାସୀନ ମନୋଭାବ ଦେଖାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ପରିଡା କହିଛନ୍ତି। ଥାନାକୁ ଜଣେ ନିରୀହ ଲୋକ ଗଲେ ପୋଲିସ ତାଙ୍କ ସହ ଦୁର୍ବ୍ୟବହାର କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri