Posted inଖେଳ

ମୀରାବାଈଙ୍କୁ ସ୍ବର୍ଣ୍ଣ

ଆପିଆ (ସାମୋଆ), ୯।୭ (ପି.ଟି.)- ପ୍ରାକ୍ତନ ବିଶ୍ୱ ବିଜୟିନୀ ତଥା ଭାରତର ତାରକା ଭାରୋତ୍ତୋଳିକା ମୀରାବାଈ ଚାଣୁ ଏଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ସମ୍ମାନଜନକ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନିୟର ମହିଳା ୪୯ କିଗ୍ରା ବର୍ଗରେ ମୀରାବାଈ ମୋଟ୍‌ ୧୯୧ କିଗ୍ରା (ସ୍ନାଚରେ ୮୪ + କ୍ଲିନ୍‌ ଆଣ୍ଡ୍‌ ଜର୍କରେ ୧୦୭)ଭାର ଉଠାଇ ପ୍ରଥମ ସ୍ଥାନ ହାସଲ କରିଥିଲେ। ଏହି ସିକ୍କିମ ତାରକା ବିଜୟ ସହ ଯେଉଁ ପଏଣ୍ଟ ହାସଲ କରିଛନ୍ତି ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା ଅର୍ଜନ କରିବାରେ ତାଙ୍କୁ ସହଜ କରିବ। ଏଥିପୂର୍ବରୁ ମୀରାବାଈ ଶେଷଥର ପାଇଁ ଏପ୍ରିଲରେ ଚାଇନାର ନିଙ୍ଗବୋରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ୧୯୯ (୮୬+୧୧୩) କିଗ୍ରା ଭାର ଉଠାଇ ଅଳ୍ପକେ ପଦକ ଅର୍ଜନରୁ ବଞ୍ଚତ୍ତ ହୋଇଥିଲେ। ଗତ ୧୮ ମାସ ମଧ୍ୟରେ ହୋଇଥିବା ୬ ଇଭେଣ୍ଟର ଶ୍ରେଷ୍ଠ ୪ ଫଳାଫଳକୁ ଆଧାର କରି ୨୦୨୦ ଅଲିମ୍ପିକ ଲାଗି ଯୋଗ୍ୟତା ଅର୍ଜନକୁ ବିଚାରକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?