ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ପୁଣି ସକ୍ରିୟ ହୋଇଉଠିଛି କରୋନା ଭୂତାଣୁ। ରାଜ୍ୟରେ କରୋନାର ଲେଉଟାଣି ସଂକ୍ରମଣ ପୂର୍ବାପେକ୍ଷା ମାରାତ୍ମକ ବୋଲି କୁହାଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଥିବାବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ରାଜ୍ୟର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ କରୋନା ମୁକାବିଲା ନିମନ୍ତେ ସମସ୍ତେ ପ୍ରସ୍ତୁତ ରହିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସବୁ ଜିଲା ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ଯଥେଷ୍ଟ ପରିମାଣର ଅକ୍ସିଜେନ୍‌ ବ୍ୟବସ୍ଥା ସହ ବେଡ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଘରୋଇ ଓ ସରକାରୀ ହସ୍ପିଟାଲରେ ଆଇସୋଲେଶନ ବେଡ୍‌, ଆଇସିୟୁ, ଡାଏଲିସିସ୍‌, ଲେବର୍‌ ରୁମ୍‌ ଆଦି ପ୍ରସ୍ତୁତ ରଖିବାକୁ ମଧ୍ୟ କୁହାଯାଇଛି।
ଏ ସମ୍ପର୍କରେ ସୂଚନା ଦେଇ ମହାପାତ୍ର କହିଛନ୍ତି, ରାଜ୍ୟରେ ଗତ କିଛିଦିନ ହେଲା ସଂକ୍ରମଣ ବଢ଼ିବାରେ ଲାଗିଛି। ଯଦି ସାବଧାନତା ଅବଲମ୍ବନ କରା ନ ଯାଏ ତେବେ ସ୍ଥିତି ସାଂଘାତିକ ହୋଇଯିବ ବୋଲି ଅନୁମାନ କରାଯାଉଛି। ତେଣୁ ଏପରି ସ୍ଥିତିରେ ସ୍ଥାନୀୟ ଅଞ୍ଚଳରେ ଫ୍ଲାଭିପିରାଭିର୍‌, ରେମଡେସିଭିର ଆଦି ମେଡିସିନ ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ରଖିବା ସହ ହୋମ୍‌ ଆଇସୋଲେଶନ, ଏସ୍‌ଓପିକୁ କଡ଼ାକଡ଼ି ପାଳନ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାପିଡ୍‌ ରେସପନ୍ସ ଟିମ୍‌ ମଧ୍ୟ ବିଭିନ୍ନ ଜିଲାରେ ପ୍ରସ୍ତୁତ ରହିବା ସହିତ ଟିକାକରଣକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ବହୁବିଧ ରୋଗାକ୍ରାନ୍ତଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ କରିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ପୂର୍ବରୁ କରୋନା ପିକ୍‌ରେ ଥିବାବେଳେ ଦେଶରେ ଦୈନିକ ୯୬ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ଏବେ ୮୧ହଜାର ଚିହ୍ନଟ ହେଉଛନ୍ତି। ତେଣୁ ଆମେ ଏବେ ପୂର୍ବ ସ୍ଥିତିକୁ ଫେରୁଛେ। ଏହାକୁ ଦୃଷ୍ଟିରେ ରଖି ଟେଷ୍ଟିଂ, ଟ୍ରେସିଂ ଓ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri