ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍‌ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି  ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ ଏହି ଟ୍ରାନ୍ସଫର୍ମର ନିକଟରେ ଏକ ବିଦ୍ୟାଳୟ ରହିଛି। ବର୍ତ୍ତମାନ ବିଦ୍ୟାଳୟ ବନ୍ଦ ଥିବାରୁ ପିଲାମାନେ ଆସୁନାହାନ୍ତି। ମାତ୍ର ବିଦ୍ୟାଳୟ ଖୋଲିଲେ କୁନିକୁନି ପିଲାମାନେ ଏହି ଟ୍ରାନ୍ସଫର୍ମର ନିକଟ ଦେଇ କିପରି ଯାତାୟାତ କରିବେ ସେନେଇ ଅଭିଭାବକମାନେ ଚିନ୍ତାରେ ପଡ଼ିଛନ୍ତି। କେତେବେଳେ ଅଘଟଣ ଘଟିବ କହି ହେବନାହିଁ। ଗଞ୍ଜାମ ସେକ୍ସନ ବିଦ୍ୟୁତ ବିଭାଗୀୟ କନିଷ୍ଠଯନ୍ତ୍ରୀ ଜିତେନ୍ଦ୍ର କୁମାର ରାଏଙ୍କୁ ପଚାରିବାରୁ ସେ କହିଛନ୍ତି, ପୂର୍ବରୁ ସେଠାରେ ଏକ ୧୦୦ କେଭି ଟ୍ରାନ୍ସଫର୍ମର ଥିଲା। ନିଅଣ୍ଟ ପଡ଼ିବାରୁ ୩୧୫ କେଭି ଟ୍ରାନ୍ସଫର୍ମର ଆଇପିଡିଏସ୍‌ ପକ୍ଷରୁ ବସାଯାଇଛି। କିନ୍ତୁ ସୁରକ୍ଷାବାଡ଼ା ନିର୍ମାଣ କରିବା ଆଇପିଡିଏସ୍‌ର ନିୟମ ନାହିଁ। ତେଣୁ ତାହା ସାଉଥ୍‌କୋ କରିବ। ବର୍ଷେ ହେବ ନିର୍ମାଣ କାର୍ଯ୍ୟ ସରିଥିବାବେଳେ ୬ ମାସ ହେବ ଚାର୍ଜ କରାଯାଇଛି। ଏନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି। ଖୁବ୍‌ଶୀଘ୍ର ସୁରକ୍ଷାବାଡ଼ା ନିର୍ମାଣ କରାଯିବ ବୋଲି ସେ କହିଛନ୍ତି। ପ୍ରକାଶ ଯେ, ଏହି ଟ୍ରାନ୍ସଫର୍ମରରୁ ଦୁର୍ଗାଦେବୀ ସାହି, ଆଖଡ଼ାବନ୍ଧ ସାହି ଏବଂ ରାଉଳ ସାହିକୁ ବିଦ୍ୟୁତ ଯୋଗାଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?