ମୁକେଶ ହେଲେ ବିଶ୍ୱର ନବମ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୦।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବ୍ଲୁମ୍‌ବର୍ଗ ବିଲିୟନେୟାର ସୂଚୀରେ ବିଶ୍ୱର ଶୀର୍ଷ ୧୦ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ପ୍ରାୟ ୬୪.୬ ବିଲିୟନ ଡଲାର ସମ୍ପତ୍ତି ସହ ତାଲିକାରେ ସେ ନବମ ସ୍ଥାନରେ ରହିଛନ୍ତି। ସେ ଏକମାତ୍ର ଏସୀୟ ଭାବେ ତାଲିକାର ଶୀର୍ଷରେ ରହିଛନ୍ତି। ରିଲାଏନ୍ସର ଶେୟାର ମୂଲ୍ୟ ବଢ଼ିବାରୁ ପୁଞ୍ଜିବଜାରରେ ଏହାର ମୂଲ୍ୟ ପ୍ରାୟ ୧୧ ଲକ୍ଷ କୋଟି ଟଙ୍କା ଛୁଇଁଛି। କମ୍ପାନୀ ଉପରେ ରହିଥିବା ବୃହତ୍‌ ପରିମାଣର ଋଣ ବୋଝକୁ ହାଲ୍‌କା କରିବାରେ ସେ ସକ୍ଷମ ହୋଇଛନ୍ତି। ଶୁକ୍ରବାର ରିଲାଏନ୍ସ ନେଟ୍‌ ଋଣ ମୁକ୍ତ ହୋଇଛି। ଏହା ସମଗ୍ର କର୍ପୋରେଟ ଜଗତ ଲାଗି ଏକ ଶିଖିବା କଥା ହୋଇଛି। ନିଜ କମ୍ପାନୀ ଉପରେ ରହିଥିବା ୧.୬୧ ଲକ୍ଷ କୋଟି ଟଙ୍କାର ନେଟ୍‌ ଋଣକୁ ଶୁଝିବା ଲାଗି ସେ ୨ଟି ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ଜିଓ ପ୍ଲାଟ୍‌ଫର୍ମରେ ୨୪% ବିକ୍ରି କରାଯାଇଛି। ଏଥିରୁ ୧.୧୫ ଲକ୍ଷ କୋଟି ଟଙ୍କା ଏବଂ ରାଇଟ୍ସ ଇସ୍ୟୁରୁ ୫୫ ହଜାର କୋଟି ଟଙ୍କା ରିଲାଏନ୍ସ ସଂଗ୍ରହ କରିବାକୁ ସକ୍ଷମ ହୋଇଛି। ୨୦୨୧ ମାର୍ଚ୍ଚ ପୂର୍ବରୁ ରିଲାଏନ୍ସକୁ ଋଣ ମୁକ୍ତ କରିବା ଲାଗି ଦେଇଥିବା ପ୍ରତିଶ୍ରୁତିକୁ ରଖିବାରେ ମୁକେଶ ସଫଳ ହୋଇଛନ୍ତି। ଏହି ଲକ୍ଷ୍ୟକୁ ସେ ୨ ମାସ ଆଗରୁ ହାସଲକରି ନେଇଛନ୍ତି। ସେହିଭଳି ତାଲିକାର ଦଶମ ସ୍ଥାନରେ ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟର ଲାରି ପେଜ୍‌, କପଡ଼ା କମ୍ପାନୀ ଇଣ୍ଡିଟେକ୍ସର ସହପ୍ରତିଷ୍ଠାତା ଅମାନିକୋ ଓର୍ଟେଗୋ ଅଷ୍ଟମ ସ୍ଥାନ, ଓରାକଲର ସହପ୍ରତିଷ୍ଠାତା ଲାରି ଏଲିଶନ ସପ୍ତମ ସ୍ଥାନ, ଷ୍ଟିଭ ବାଲମର ଷଷ୍ଠ ସ୍ଥାନ, ପଞ୍ଚମରେ ଓ୍ବାରେନ ବଫେଟ, ଚତୁର୍ଥ ସ୍ଥାନରେ ଫେସ୍‌ବୁକ୍‌ର ସହପ୍ରତିଷ୍ଠାତା ମାର୍କ ଜୁକରବର୍ଗ, ତୃତୀୟ ସ୍ଥାନରେ ବର୍ନାଡ ଆରନଲ୍ଟ ଆଣ୍ଡ ଫ୍ୟାମିଲି, ଦ୍ୱିତୀୟ ସ୍ଥାନରେ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ଏବଂ ପ୍ରଥମ ସ୍ଥାନରେ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ

ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି...

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ...

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ...

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର...

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri