ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ଜିଲା ବିଜେଡି ପକ୍ଷରୁ ଜିଲାପାଳ ଓ ଏସ୍‌ପିଙ୍କଠାରେ ଦାବିପତ୍ର ପ୍ରଦାନ କରାଯାଇଛି। ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିର ପରିସରରୁ ଜିଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ଦଳୀୟ କର୍ମୀଙ୍କ ସମେତ ବିଭିନ୍ନ ଏସ୍‌ଏଚ୍‌ଜି ସଦସ୍ୟାମାନେ ବିଧାୟକଙ୍କ ଦାଦାଗିରିକୁ ନିନ୍ଦା କରିବା ସହ ବିଭିନ୍ନ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଥିଲେ। ପରେ ଜିଲାପାଳଙ୍କ କାର୍ଯାଳୟରେ ପହଞ୍ଚି ଭାଜପା ବିଧାୟକ ପାଣିଗ୍ରାହୀଙ୍କୁ ଜିଲା ବିକାଶର ବାଧକ ବୋଲି ଅବିହିତ କରିବାସହ ତାଙ୍କ ଗିରଫ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେହିପରି ଭାଜପର। ଏଭଳି ଦାଦାଗିରିରଯେପରି ପୁନରାବୃତ୍ତି ନ ଘଟେ ସେନେଇ ପ୍ରଶାସନ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏଥିସହ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ, ଦେବଗଡ଼ ପୌରପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ବିଜେଡି ଉପସଭାପତି ଦେବେନ୍ଦ୍ର ବେହେରା, ଏସଡିସିସି ବ୍ୟାଙ୍କ ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ ସୁଜିତ କୁମାର ପ୍ରଧାନଙ୍କ ସମେତ ଶତାଧିକ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri