ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ‘ରାଜୀବ ଗାନ୍ଧୀ ଷ୍ଟୁଡେଣ୍ଟ ଫୋରମ୍‌ ଓ ଷ୍ଟଡି ସର୍କଲ ଓଡ଼ିଶା’ ଦ୍ୱାରା ମୁକ୍ତିକାନ୍ତ ଏଥି ଲାଗି ମନୋନୀତ ହୋଇଥିଲେ। କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ, ସ୍ବାଧୀନତା ସଂଗ୍ରାମୀ ଭବାନୀ ପଟ୍ଟନାୟକ, କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜା, ଏଆଇସିସି ସମ୍ପାଦକ ରୁଦ୍ର ରାଜୁ ପ୍ରମୁଖ ଅତିଥିଭାବେ ଉପସ୍ଥିତ ରହି ଏହି ପୁରସ୍କାର ପ୍ରଦାନ କରିଥିଲେ।
ଢେଙ୍କାନାଳ ଦେଉଳସାହି ନିବାସୀ ଡ. ଚିତ୍ତରଞ୍ଜନ ଦାଶ ଏବଂ ଅଧ୍ୟାପିକା ଦୀପ୍ତିବାଳା ମିଶ୍ରଙ୍କ ଏକମାତ୍ର ସନ୍ତାନ ହେଉଛନ୍ତି ମୁକ୍ତିକାନ୍ତ। ପିଲାଟି ଦିନରୁ ନାଟକ ପ୍ରତି ରୁଚି ତାଙ୍କୁ ଜିଲାର ଜଣେ ଶିଶୁ କଳାକାର ଭାବେ ପରିଚିତ କରାଇଛି। ମାତ୍ର ୭ବର୍ଷ ବୟସରେ ସେ ଅଭିନୟ ଜଗତରେ ପାଦ ଥାପିଥିଲେ। ନାଟ୍ୟାନୁଷ୍ଠାନ ‘ଚାର୍ଲି ଚାପ୍‌ଲିନ କଲଚରାଲ କ୍ଲବ’ ପକ୍ଷରୁ ପରିବେଷିତ ନାଟକ ଅ ଆ ଇ..ରେ ସେ ପ୍ରଥମେ ନିଜର ଅଭିନୟର ଜାଦୁ ଦେଖାଇଥିଲେ। ଏହାପରେ ସେ ଆଉ ପଛକୁ ଚାହିଁନାହାନ୍ତି। ‘ମାୟା’, ‘ପୁନଶ୍ଚ ସତ୍ୟାଗ୍ରହ’, ‘ମୁକ୍ତିସଳିତା’, ‘ବାଘ ନେଇଗଲା ଦଉଡ଼ି ଆସ’ ନାଟକରେ ଅଭିନୟ ତାଙ୍କୁ ବେଶ୍‌ ଲୋକପ୍ରିୟତା ଦେଇଛି। କେବଳ ଏତିକି ନୁହେଁ, ରୁପେଲି ପରଦାରେ ମଧ୍ୟ ସେ ନିଜର ଅଭିନୟର ଛାପ ଛାଡ଼ିଛନ୍ତି। ଦୂରଦର୍ଶନର ବିଭିନ୍ନ ଧାରାବାହିକ ସମେତ ସାର୍ଥକ ଚ୍ୟାନେଲର ମେଗା ଧାରାବାହିକ ‘ବଧୂ’ରେ ରିମି ଚରିତ୍ରରେ ଅଭିନୟ କରି ସେ ବେଶ୍‌ ପ୍ରଶଂସିତ ହୋଇଛନ୍ତି। ଏହାକୁ ବାଦ୍‌ଦେଲେ ସେ ବିଭିନ୍ନ ରିଆଲିଟି ସୋ’ରେ ଲିଟିଲ ଆଙ୍କର ଭାବେ ମଧ୍ୟ ନିଜର ପ୍ରତିଭାର ପରିଚୟ ଦେଇଛନ୍ତି। ମୁକ୍ତିକାନ୍ତ ଏବେ ଢେଙ୍କାନାଳସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଏକାଦଶ ଶ୍ରେଣୀରେ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri