ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧିବାର ନୂତନ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇଛି ଉତ୍କଳ ସମ୍ମିଳନୀ। ଏହି ଅବସରରେ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶଶର୍ମା କହିଛନ୍ତି, ପଞ୍ଚମ ପାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’କୁ ଓଡିଶାର ରାଜ୍ୟ ସଙ୍ଗୀତ ଭାବେ ମାନ୍ୟତା ଦେବାକୁ ଆଇନ ପ୍ରଣୟନ କରନ୍ତୁ। ନବୀନ ତାଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ଓଡ଼ିଶା ତଥା ଓଡିଆ ଭାଷାର ସମ୍ମାନ ପାଇଁ ବହୁ କାମ କରିଛନ୍ତି। ପ୍ରଥମ ପାଳିରେ ବିଚ୍ଛିନ୍ନାଞ୍ଚଳରେ ଲିପିଶିକ୍ଷା କାର୍ଯ୍ୟକ୍ରମ, ଦ୍ୱିତୀୟ ପାଳିରେ ରାଜ୍ୟରେ ଓଡିଆ ଭାଷା ପ୍ରତିଷ୍ଠାନ ପ୍ରତିଷ୍ଠା, ତୃତୀୟ ପାଳିରେ ‘ଓରିଶା’ରୁ ‘ଓଡ଼ିଶା’ ନାମକରଣ ସହିତ ଓଡିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଓ ଚତୁର୍ଥ ପାଳିରେ ଓଡିଶା ସରକାରୀ ଭାଷା ଅଧିନିୟମ ୧୯୫୪ରେ ସଂଶୋଧନ କରି ସରକାରୀ କଳରେ ଭଲ କାମ ପାଇଁ ପ୍ରୋତ୍ସାହନ ଓ ଭାଷା ବ୍ୟବହାର ନ କଲେ ଦଣ୍ଡ ବିଧାନ ବ୍ୟବସ୍ଥା କରିଛନ୍ତି। ଖାଲି ସେତିକି ନୁହେଁ, ଏହି ସମୟ ମଧ୍ୟରେ ରାଜ୍ୟରେ ବହୁ ଓଡିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନା କରାଯାଇଛି। ତେଣୁ ‘ବନ୍ଦେ ଉତ୍କଳ ଜନନୀ’କୁ ବିଭିନ୍ନ ସମୟରେ ଓଡିଆର ଅସ୍ମିତା କହୁଥିବା ମୁଖ୍ୟମନ୍ତ୍ରୀ ଏଥର ଏହାକୁ ରାଜ୍ୟ ସଙ୍ଗୀତ ମାନ୍ୟତା ପାଇଁ ଅଗ୍ରାଧିକାର ଦିଅନ୍ତୁ ବୋଲି ଉତ୍କଳ ସମ୍ମିଳନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri