ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧିବାର ନୂତନ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇଛି ଉତ୍କଳ ସମ୍ମିଳନୀ। ଏହି ଅବସରରେ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶଶର୍ମା କହିଛନ୍ତି, ପଞ୍ଚମ ପାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’କୁ ଓଡିଶାର ରାଜ୍ୟ ସଙ୍ଗୀତ ଭାବେ ମାନ୍ୟତା ଦେବାକୁ ଆଇନ ପ୍ରଣୟନ କରନ୍ତୁ। ନବୀନ ତାଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ଓଡ଼ିଶା ତଥା ଓଡିଆ ଭାଷାର ସମ୍ମାନ ପାଇଁ ବହୁ କାମ କରିଛନ୍ତି। ପ୍ରଥମ ପାଳିରେ ବିଚ୍ଛିନ୍ନାଞ୍ଚଳରେ ଲିପିଶିକ୍ଷା କାର୍ଯ୍ୟକ୍ରମ, ଦ୍ୱିତୀୟ ପାଳିରେ ରାଜ୍ୟରେ ଓଡିଆ ଭାଷା ପ୍ରତିଷ୍ଠାନ ପ୍ରତିଷ୍ଠା, ତୃତୀୟ ପାଳିରେ ‘ଓରିଶା’ରୁ ‘ଓଡ଼ିଶା’ ନାମକରଣ ସହିତ ଓଡିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଓ ଚତୁର୍ଥ ପାଳିରେ ଓଡିଶା ସରକାରୀ ଭାଷା ଅଧିନିୟମ ୧୯୫୪ରେ ସଂଶୋଧନ କରି ସରକାରୀ କଳରେ ଭଲ କାମ ପାଇଁ ପ୍ରୋତ୍ସାହନ ଓ ଭାଷା ବ୍ୟବହାର ନ କଲେ ଦଣ୍ଡ ବିଧାନ ବ୍ୟବସ୍ଥା କରିଛନ୍ତି। ଖାଲି ସେତିକି ନୁହେଁ, ଏହି ସମୟ ମଧ୍ୟରେ ରାଜ୍ୟରେ ବହୁ ଓଡିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନା କରାଯାଇଛି। ତେଣୁ ‘ବନ୍ଦେ ଉତ୍କଳ ଜନନୀ’କୁ ବିଭିନ୍ନ ସମୟରେ ଓଡିଆର ଅସ୍ମିତା କହୁଥିବା ମୁଖ୍ୟମନ୍ତ୍ରୀ ଏଥର ଏହାକୁ ରାଜ୍ୟ ସଙ୍ଗୀତ ମାନ୍ୟତା ପାଇଁ ଅଗ୍ରାଧିକାର ଦିଅନ୍ତୁ ବୋଲି ଉତ୍କଳ ସମ୍ମିଳନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?