ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ : ଓବିସି, ଏସ୍‌ଇବିସିଙ୍କ ପାଇଁ ସଂରକ୍ଷଣ ଲାଗୁ କର

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସ୍‌ଇବିସି) ଲୋକଙ୍କ ପାଇଁ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ଓବିସି ଓ ଏସ୍‌ଇବିସି ଲୋକମାନେ ରାଜ୍ୟ ଜନସଂଖ୍ୟାର ଏକ ପ୍ରମୁଖ ବର୍ଗ ଅଟନ୍ତି। ସେମାନଙ୍କ ମଧ୍ୟରୁ ଅନେକେ ଦାରିଦ୍ର୍ୟ ଓ ନିରକ୍ଷରତା ମଧ୍ୟରେ ରହିଛନ୍ତି। ଏହି କାରଣରୁ ଏମାନଙ୍କୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ବିଶେଷ ସୁବିଧା ଉପଲବ୍ଧ କରାଇବା ଜରୁରୀ। ସମ୍ବିଧାନର ଧାରା ୧୫(୪) ଓ ୧୬ (୪)ର ଉଲ୍ଲେଖ କରି କେନ୍ଦ୍ର ସରକାର ଓବିସି ବର୍ଗଙ୍କୁ ସରକାରୀ ଚାକିରି ଓ ଶିକ୍ଷାନୁଷ୍ଠାନରେ ୨୭ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା କରିଛନ୍ତି। ଏହି ସଂରକ୍ଷଣ ବ୍ୟବସ୍ଥାକୁ ସୁପ୍ରିମକୋର୍ଟ ମଧ୍ୟ ମାନ୍ୟତା ପ୍ରଦାନ କରିଛନ୍ତି। ଅନେକ ରାଜ୍ୟ ସରକାର ଏଭଳି ବର୍ଗର ଲୋକଙ୍କ ପାଇଁ ଅଧିକ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ମାତ୍ର ଓଡ଼ିଶା ସରକାର ସରକାରୀ ଚାକିରି ଓ ଶିକ୍ଷାନୁଷ୍ଠାନରେ ଓବିସିମାନଙ୍କ ପାଇଁ ସଂରକ୍ଷଣ ସୁବିଧା ଲାଗୁ କରୁନାହାନ୍ତି। ସେହିପରି ଏସ୍‌ଇବିସିମାନଙ୍କ ପାଇଁ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ସୁବିଧା ଦେଇନାହାନ୍ତି। ଉଭୟ ଓବିସି ଓ ଏସ୍‌ଇବିସି ଲୋକମାନେ ଉଚ୍ଚଶିକ୍ଷା ଓ ଚାକିରୀ କ୍ଷେତ୍ରରେ ଯୋଗଦେବାରୁ ବଞ୍ଚିତ ହେଉଛନ୍ତି ଓ ଏହା ପଛରେ ସେମାନଙ୍କ ସାମାଜିକ ଓ ଆର୍ଥିକ ପଛୁଆ ପରିସ୍ଥିତି ମୁଖ୍ୟତଃ ଦାୟୀ। ଏପରି ପରିସ୍ଥିତିରେ ଏହି ବର୍ଗର ଲୋକଙ୍କୁ ଶିକ୍ଷାନୁଷ୍ଠାନ ଓ ସରକାରୀ ଚାକିରିରେ ଅଧିକ ସୁଯୋଗ ଉପଲବ୍ଧ କରାଇବା ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri