ମୁଖ୍ୟମନ୍ତ୍ରୀଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ଚିଠି: ରଥଯାତ୍ରା ନେଇ ସରକାର ତୁରନ୍ତ ନିଷ୍ପତ୍ତି ସ୍ପଷ୍ଟ କରନ୍ତୁ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରଥଯାତ୍ରା ସହ ଓଡ଼ିଆଙ୍କ ଭାବଗତ ସମ୍ପର୍କ ରହିଛି। ବହୁ ପ୍ରାଚୀନ କାଳରୁ ଏହି ପରମ୍ପରା ଚଳି ଆସୁଛି। ହେଲେ ବର୍ତ୍ତମାନ କରୋନା ମୁକାବିଲା ଜାରି ରହିଛି। କେତେକ ଗଣମାଧ୍ୟମ ରିପୋର୍ଟରେ ରଥଯାତ୍ରା ସମ୍ପର୍କିତ ଅନିଶ୍ଚିତତା ନେଇ ଖବର ପ୍ରକାଶ ପାଉଛି। ଏହି ରିପୋର୍ଟ କୋଟି କୋଟି ଭକ୍ତଙ୍କ ଭାବାବେଗକୁ ଆନ୍ଦୋଳିତ କରୁଥିବା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି। ଏଥିସହିତ ଏ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।

ଏଥିରେ କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଚଳିତ ବର୍ଷ ଜୁନ୍‌ ୨୩ରେ ଘୋଷଯାତ୍ରା ପଡୁଅଛି। ଏଥିରେ ବହୁ ସଂଖ୍ୟାକ ଲୋକ ଭାଗ ନେଇଥାନ୍ତି। ବର୍ତ୍ତମାନ କରୋନା ମୁକାବିଲା ପାଇଁ ସାମାଜିକ ଦୂରତାକୁ ବ୍ୟାପକ ଗୁରୁତ୍ୱ ଦିଆଯାଉଛି। ତେଣୁ ପ୍ରଶାସନ ଏହି ବିଶେଷ ପରିସ୍ଥିତିରେ ସର୍ବନିମ୍ନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଯାତ୍ରା ସମ୍ପନ୍ନ କରିବାକୁ ପ୍ରତାପ ପ୍ରସ୍ତାବ ଦେଇଛନ୍ତି। ସେହିପରି ରଥଯାତ୍ରା ସମ୍ପର୍କିତ ଜନସାଧାରଣରେ ସୃଷ୍ଟି ହୋଇଥିବା ଗୁଜବକୁ ପ୍ରତିହତ କରାଯାଉ। ତୁରନ୍ତ ପୁରୀସ୍ଥିତ ଶ୍ରୀମନ୍ଦିର ପ୍ରଶାସନ ରଥଯାତ୍ରା ସମ୍ପର୍କିତ ସବିଶେଷ ନିଷ୍ପତ୍ତି ଗ୍ରହଣ ପୂର୍ବରୁ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ, ପୁରୀ ଗଜପତି ଦିବ୍ୟସିଂହଦେବ, ମୁକ୍ତିମଣ୍ଡପ ବିଜ୍ଞମଣ୍ଡଳୀ, ଦଇତାପତି ଏବଂ ମନ୍ଦିର ସେବକଙ୍କ ପରାମର୍ଶ ନେବା ପାଇଁ କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri