ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍‌ଏ କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ବାଣିଜ୍ୟ ଦୂତ (କନ୍‌ସଲ୍‌ ଜେନେରାଲ୍‌) ଜୋଏଲ୍‌ ରେଫ୍‌ମ୍ୟାନ୍‌ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ରାଜ୍ୟର ଅର୍ଥନୀତି, ଦ୍ୱିପାକ୍ଷିକ ସମ୍ପର୍କ, ଗ୍ରାମୀଣ ଅର୍ଥନୀତି, କୃଷି ଏବଂ କୃଷକଙ୍କ ସାମାଜିକ ଅର୍ଥନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ନିୟମିତ ବ୍ୟବଧାନରେ ଓଡ଼ିଶା ବିଭିନ୍ନ ପ୍ରକାରର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ରାଜ୍ୟ ପ୍ରଶାସନ ଏହାର ସଫଳ ମୁକାବିଲା କରୁଥିବାରୁ କନ୍‌ସଲ୍‌ ଜେନେରାଲ ସରକାରଙ୍କୁ ପ୍ରଶଂସା କରିଥିଲେ। କନ୍‌ସଲ୍‌ ଜେନେରାଲ୍‌ ରେଫ୍‌ମ୍ୟାନ୍‌ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ସାକ୍ଷାତ ସମୟରେ ‘ମୋ କଲେଜ୍‌’ର ଉପଦେଷ୍ଟା ଆକାଶ ଦାସ ନାୟକ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଏବଂ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ସୁଜିତ୍‌ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି କନ୍‌ସଲ୍‌ ଜେନେରାଲ୍‌ କାର୍ଯ୍ୟାଳୟର ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବ ପ୍ରସାଦ ତ୍ରିପାଠୀ ଓ କେ. ଶ୍ରୀମାଳି ମଧ୍ୟ ଉପସ୍ଥିତ ଥିଲେ। ପୂର୍ବାହ୍ନରେ କନ୍‌ସଲ୍‌ ଜେନେରାଲ ମିଲ୍କ ମନ୍ତ୍ର ଫାର୍ମ ହାଉସ ଗସ୍ତ କରିଥିଲେ। ସେଠାରେ ଗୋପାଳନ, ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟର ଉତ୍ପାଦନ/ପ୍ରକ୍ରିୟାକରଣ ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ। ଜୋଏଲ କହିଥିଲେ ଯେ, ମିଲ୍କ ମନ୍ତ୍ର ଦ୍ୱାରା କରାଯାଇଥିବା ବ୍ୟବସ୍ଥା ପ୍ରଶଂସନୀୟ। ଏହା ଦ୍ୱାରା କୃଷକଙ୍କ ଅର୍ଥନୈତିକ ଉନ୍ନତି ହୋଇପାରିବ। ସେମାନେ ଅର୍ଥ ଉପାର୍ଜନ କରିବା ସହ ନିଜର ଆର୍ଥିକ ସ୍ଥିତି ଉନ୍ନତି କରିପାରିବେ। ଓଡ଼ିଶାର ଗ୍ରାମୀଣ ଅର୍ଥନୀତି ଆଗକୁ ଆହୁରି ବିକାଶ କରିବ ବୋଲି କନ୍‌ସଲ୍‌ ଜେନେରାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri