ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍‌ଏ କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ବାଣିଜ୍ୟ ଦୂତ (କନ୍‌ସଲ୍‌ ଜେନେରାଲ୍‌) ଜୋଏଲ୍‌ ରେଫ୍‌ମ୍ୟାନ୍‌ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ରାଜ୍ୟର ଅର୍ଥନୀତି, ଦ୍ୱିପାକ୍ଷିକ ସମ୍ପର୍କ, ଗ୍ରାମୀଣ ଅର୍ଥନୀତି, କୃଷି ଏବଂ କୃଷକଙ୍କ ସାମାଜିକ ଅର୍ଥନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ନିୟମିତ ବ୍ୟବଧାନରେ ଓଡ଼ିଶା ବିଭିନ୍ନ ପ୍ରକାରର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ରାଜ୍ୟ ପ୍ରଶାସନ ଏହାର ସଫଳ ମୁକାବିଲା କରୁଥିବାରୁ କନ୍‌ସଲ୍‌ ଜେନେରାଲ ସରକାରଙ୍କୁ ପ୍ରଶଂସା କରିଥିଲେ। କନ୍‌ସଲ୍‌ ଜେନେରାଲ୍‌ ରେଫ୍‌ମ୍ୟାନ୍‌ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ସାକ୍ଷାତ ସମୟରେ ‘ମୋ କଲେଜ୍‌’ର ଉପଦେଷ୍ଟା ଆକାଶ ଦାସ ନାୟକ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଏବଂ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ସୁଜିତ୍‌ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି କନ୍‌ସଲ୍‌ ଜେନେରାଲ୍‌ କାର୍ଯ୍ୟାଳୟର ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବ ପ୍ରସାଦ ତ୍ରିପାଠୀ ଓ କେ. ଶ୍ରୀମାଳି ମଧ୍ୟ ଉପସ୍ଥିତ ଥିଲେ। ପୂର୍ବାହ୍ନରେ କନ୍‌ସଲ୍‌ ଜେନେରାଲ ମିଲ୍କ ମନ୍ତ୍ର ଫାର୍ମ ହାଉସ ଗସ୍ତ କରିଥିଲେ। ସେଠାରେ ଗୋପାଳନ, ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟର ଉତ୍ପାଦନ/ପ୍ରକ୍ରିୟାକରଣ ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ। ଜୋଏଲ କହିଥିଲେ ଯେ, ମିଲ୍କ ମନ୍ତ୍ର ଦ୍ୱାରା କରାଯାଇଥିବା ବ୍ୟବସ୍ଥା ପ୍ରଶଂସନୀୟ। ଏହା ଦ୍ୱାରା କୃଷକଙ୍କ ଅର୍ଥନୈତିକ ଉନ୍ନତି ହୋଇପାରିବ। ସେମାନେ ଅର୍ଥ ଉପାର୍ଜନ କରିବା ସହ ନିଜର ଆର୍ଥିକ ସ୍ଥିତି ଉନ୍ନତି କରିପାରିବେ। ଓଡ଼ିଶାର ଗ୍ରାମୀଣ ଅର୍ଥନୀତି ଆଗକୁ ଆହୁରି ବିକାଶ କରିବ ବୋଲି କନ୍‌ସଲ୍‌ ଜେନେରାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri