ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ପରେ ଆର୍‌ବିଆଇ ଗଭର୍ନର କହିଥିଲେ ଯେ, ସାକ୍ଷାତ ବହୁତ ଭଲ ଥିଲା। ମୋଟାମୋଟି ଭାବେ ରାଜ୍ୟର ଆର୍ଥିକ ବ୍ୟବସ୍ଥାର ଉନ୍ନତୀକରଣ, ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାର ପ୍ରସାର, ଡିଜିଟାଲ ଦେଣନେଣ, କୃଷିଋଣ ପ୍ରଦାନରେ ସରଳୀକରଣ ନେଇ ଆଲୋଚନା ହୋଇଥିଲା। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାର ସହାୟତା ରାଶି ଇ-କୁବେର ଜରିଆରେ ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯାଉଛି। ଏହି ବ୍ୟବସ୍ଥାକୁ କିପରି ଆହୁରି ସୁଦୃଢ଼ କରିହେବ, ସେନେଇ ଆଲୋଚନା ହୋଇଥିବା ଶକ୍ତିକାନ୍ତ କହିଥିଲେ। ସେହିପରି ଦେଶର ଆର୍ଥିକ ସ୍ଥିତି ନେଇ ପଦକ୍ଷେପ ନେବାକୁ ବ୍ୟାଙ୍କ୍‌ଗୁଡିକୁ ସତର୍କ କରାଯାଇଥିଲା କି ବୋଲି ଗଣମାଧ୍ୟମ ପ୍ରତିନିଧିମାନେ ରିଜର୍ଭ ବ୍ୟାଙ୍କ୍‌ ଗଭର୍ନରଙ୍କୁ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖି ସେ କହିଥିଲେ ଯେ, କୌଣସି ଆଲର୍ଟ କରାଯାଇ ନ ଥିଲା। ନିୟମିତ ବ୍ୟବଧାନରେ ବ୍ୟାଙ୍କ୍‌ଗୁଡ଼ିକ ସହ ବୈଠକ ହୋଇଥାଏ। କିଛି ଗଣମାଧ୍ୟମରେ ଆଲର୍ଟ ସମ୍ପର୍କିତ ଯେଉଁ ଖବର ଆସିଥିଲା, ସେପରି କିଛି ନ ଥିଲା ବୋଲି ଶକ୍ତିକାନ୍ତ କହିଛନ୍ତି। କେବଳ ସାମ୍ପ୍ରତିକ ସ୍ଥିତିରେ ନୁହେଁ, ସବୁ ସମୟରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ନୂଆ ନୂଆ ଆହ୍ବାନ ଆସିଥାଏ। ତେଣୁ ବ୍ୟାଙ୍କ୍‌ ସବୁ ସମୟରେ ପ୍ରସ୍ତୁତ ରହିବା ଉଚିତ ବୋଲି ଶକ୍ତିକାନ୍ତ କହିଥିଲେ।
ଉଲ୍ଲେଖଯୋଗ୍ୟ, ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡର ଏକ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଶେଷଥର ପାଇଁ ୨୦୧୨ରେ ଏହି ବୈଠକ ହୋଇଥିଲା। ଏଥିରେ ଯୋଗଦେବା ପାଇଁ ଶକ୍ତିକାନ୍ତ ଓଡ଼ିଶା ଗସ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri