ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ-ଢେଙ୍କାନାଳ ଗସ୍ତ ଆଜି: ୫ ନିର୍ବାଚନୀ ସଭାରେ ଯୋଗଦେବେ

ଅନୁଗୋଳ ଅଫିସ/ବନ୍ତଳା/ଢେଙ୍କାନାଳ ଅଫିସ, ୧୮।୪- ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ନିର୍ବାଚନ ପ୍ରଚାର କରିବେ। ଦୁଇ ଜିଲାର ୫ ନିର୍ବାଚନୀ ସଭାରେ ସେ ଯୋଗଦେଇ ଦଳୀୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ନେଇ ଉଭୟ ଜିଲାର ଦଳୀୟ କର୍ମକର୍ତ୍ତା ଓ କର୍ମୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଥିବା ବେଳେ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ପୂର୍ବାହ୍ନ ୧୦ଟା ୧୫ରେ ମୁଖ୍ୟମନ୍ତ୍ରୀ ପ୍ରଥମେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦ଟା ୫୫ରେ ସେ ଢେଙ୍କାନାଳ ଜିଲା ଗସ୍ତ କରି ପରଜଙ୍ଗ ଷ୍ଟାଡିୟମରେ ସାଧାରଣ ସଭାରେ ଯୋଗଦେବେ। ପୂର୍ବାହ୍ନ ୧୧ଟା ୩୫ରେ ସେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀର ବନ୍ତଳା ଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ବିଧାୟକ ପ୍ରାର୍ଥୀ ରଜନୀକାନ୍ତ ସିଂ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ମହେଶ ସାହୁଙ୍କ ପାଇଁ ଭୋଟ ମାଗିବେ। ମଧ୍ୟାହ୍ନ ୧୨ଟା ୧୫ରେ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ଓଡାପଡା ବ୍ଲକ ଗୁଡିଆକାଟେଣୀସ୍ଥିତ ଦଶଦେବୀ ପଡିଆ ଏବଂ ୧୨ଟା ୫୫ରେ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ଗଁଦିଆ ଷ୍ଟାଡିୟମଠାରେ ନିର୍ବାଚନୀ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଲକ୍ଷ୍ୟ ରଖି ଉଭୟ ଜିଲା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୧୨ ପ୍ଲାଟୁନ ଫୋର୍ସ ସହ ୫ ଡିଏସ୍‌ପି ପାହ୍ୟାର ଅଧିକାରଙ୍କୁ ସୁରକ୍ଷା ଦାୟିତ୍ୱରେ ରଖାଯାଇଛି। ଏଥିସହ ୧୦ ଜଣ ଆଇଆଇସି ଓ ୫୦ ଏସ୍‌ଆଇ, ଏଏସ୍‌ଆଇ ମଧ୍ୟ ସୁରକ୍ଷା ଦାୟିତ୍ୱ ସମ୍ଭାଳିବେ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି। ସଭାସ୍ଥଳରୁ ୧ କିମି ଦୂରରେ ଦୁଇ ଓ ଚାରି ଚକିଆ ଯାନ ରଖିବାର ବ୍ୟବସ୍ଥା ହୋଇଛି। ସଭାସ୍ଥଳକୁ ଆସୁଥିବା ସମସ୍ତ ଲୋକଙ୍କୁ କଡ଼ାକଡ଼ି ଭାବେ ଯାଞ୍ଚ କରାଯିବ। ସେହିପରି କଟକ-ସମ୍ବଲପୁର ପୁରୁଣା ପୂର୍ତ୍ତ ବିଭାଗ ରାସ୍ତାକୁ ସିଲ୍‌ କରାଯାଇଥିବାରୁ ଯାତ୍ରୀମାନେ ୫୫ ନଂ. ଜାତୀୟ ରାଜପଥ ଦେଇ ଯାତାୟାତ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri