ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ

ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍‌ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ ସଂଗ୍ରାମ କରୁଛନ୍ତି। ତେବେ ବିଭିନ୍ନ ବିଦ୍ୟାଳୟରେ ପାଚିକା ଭାବେ କାର୍ଯ୍ୟ କରୁଥିବା ମହିଳାମାନେ ଏବେ ଦୁର୍ଦ୍ଦଶାରେ ଗତି କରୁଛନ୍ତି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ହେବା ଫଳରେ ପାଚିକାମାନେ କିପରି ଚଳିବେ ସେନେଇ ପ୍ରମାଦ ଗଣୁଛନ୍ତି। ଏ ଅବସରରେ ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ନିଶ୍ଚିନ୍ତକୋଇଲି ବ୍ଲକ କମିଟି ପକ୍ଷରୁ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଶନିବାର ପୂର୍ବାହ୍ନରେ ସଂଘର ଆବାହକ ପ୍ରେମାନନ୍ଦ ସେଠୀଙ୍କ ନେତୃତ୍ୱରେ ମହିଳାମାନେ ସାମାଜିକ ଦୂରତ୍ୱ ରକ୍ଷା କରି ଏକ ଶୋଭାଯାତ୍ରାରେ ଆସି ବିଇଓଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ବିଭିନ୍ନ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏବିଇଓ ଲକ୍ଷ୍ମଣ କୁମାର ଲେଙ୍କାଙ୍କୁ ପ୍ରଦାନ କରିଛନ୍ତି। ସେ ଏହି ଦାବିପତ୍ରରେ ଦର୍ଶାଇଛନ୍ତି ଯେ, ୨୮ମାସର ବର୍ଦ୍ଧିତ ବକେୟା ପାରଶ୍ରମିକ ଅବିଳମ୍ବେ ପ୍ରଦାନ, ସ୍କୁଲ ବନ୍ଦ ମିଶ୍ରଣ ଓ ୬୦ ବର୍ଷ ପାଇଁ ବାଦ୍‌ ପଡ଼ିଥିବା ସମସ୍ତ ପାଚିକାଙ୍କୁ ୨୮ ମାସର ବର୍ଦ୍ଧିତ ପାରିଶ୍ରମିକ ପ୍ରଦାନ ସୁନିଶ୍ଚିତ କରିବା, ଲକ୍‌ଡାଉନ ସମୟରେ ପାଚିକାଙ୍କୁ ପାରିଶ୍ରମିକ ସହ ୫ ହଜାର ଟଙ୍କା ସହାୟତା ପ୍ରଦାନ, ପାଚିକାଙ୍କୁ ୨୦୧୮ ଏପ୍ରିଲରୁ ମାସିକ ୨ ହଜାର ଟଙ୍କା ପ୍ରଦାନ, ୧୨ ଘଣ୍ଟିଆ ଦୈନିକ କାର୍ଯ୍ୟ ସମୟ ବାତିଲ ଆଦି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଏଆଇୟୁଟିୟୁସି ସଙ୍ଗଠନର ସଭାପତି ପରମାନନ୍ଦ ସେଠୀ, ସମ୍ପାଦକ ଅନ୍ନପୂର୍ଣ୍ଣା ପତି, ପ୍ରସାନ୍ତ ଦାସ, ସଙ୍ଗୀତା ରାଉତ,ଗୌରୀ ସ୍ବାଇଁ, ଜସ୍ମିନ ମହପାତ୍ର, ସୁରୋକ୍ଷା ମିଶ୍ର, ଟୁକୁନି ପୃଷ୍ଟି, ସୁମିତ୍ରା ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri