ମୁଖ୍ୟମନ୍ତ୍ରୀଙ୍କ କରୋନା ମୁକାବିଲା ପାଣ୍ଠିକୁ ସହାୟତା ରାଶିର ସୁଅ

ଭୁବନେଶ୍ୱର,୧।୪(ବ୍ୟୁରୋ)
କରୋନା ଭୂତାଣୁର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଏହି ପାଣ୍ଠିକୁ ମଙ୍ଗଳବାର କଟକସ୍ଥିତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପକ୍ଷରୁ ୨ କୋଟି ୩ ଲକ୍ଷ ୨୭ ହଜାର ୮୫୧ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ବୀରେନ୍ଦ୍ର ପ୍ରତାପ ସ୍ବାଇଁ ଏହି ସହାୟତା ରାଶି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ତାଙ୍କର ତିନି ମାସର ଦରମା ବାବଦ ୨ ଲକ୍ଷ ୮୫ ହଜାର ଟଙ୍କା ଏବଂ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ୩ ମାସର ପେନ୍‌ସନ ଉକ୍ତ ଫାଣ୍ଠିକୁ ପ୍ରଦାନ କରିଛନ୍ତି। ସେହିଭଳି ସୋମବାର ଓଡ଼ିଶା ପରିସଂଖ୍ୟାନ ଓ ଅର୍ଥନୀତି ଅଧିକାରୀ ସଂଘର କର୍ମକର୍ତ୍ତାମାନେ ସଂଘ ତରଫରୁ ୧ ଲକ୍ଷ ୪୨ ହଜାର ୧୬ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି। ପୂର୍ବତନ ବିଧାୟକ ନବୀନ ନନ୍ଦ ୩୮,୦୦୦ ଟଙ୍କା ଦେଇଥିବାବେଳେ ଓଡ଼ିଶା କର୍ମଚାରୀ ସଂଗ୍ରାମ ସମିତି ପକ୍ଷରୁ ଗୋଟିଏ ଦିନର ଦରମା ପ୍ରଦାନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଜର ଗୋଟିଏ ମାସର ଦରମା ପ୍ରଦାନ କରିଛନ୍ତି। ଅନୁରୂପ ଭାବେ ନିଜର ଏମ୍‌ପି ପାଣ୍ଠିରୁ ୧ କୋଟି ଟଙ୍କା ଖର୍ଚ୍ଚ କରିବା ପାଇଁ ସସ୍ମିତ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri