ମୁଖ୍ୟମନ୍ତ୍ରୀଙ୍କ କରୋନା ମୁକାବିଲା ପାଣ୍ଠିକୁ ସହାୟତା ରାଶିର ସୁଅ

ଭୁବନେଶ୍ୱର,୧।୪(ବ୍ୟୁରୋ)
କରୋନା ଭୂତାଣୁର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଏହି ପାଣ୍ଠିକୁ ମଙ୍ଗଳବାର କଟକସ୍ଥିତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପକ୍ଷରୁ ୨ କୋଟି ୩ ଲକ୍ଷ ୨୭ ହଜାର ୮୫୧ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ବୀରେନ୍ଦ୍ର ପ୍ରତାପ ସ୍ବାଇଁ ଏହି ସହାୟତା ରାଶି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ତାଙ୍କର ତିନି ମାସର ଦରମା ବାବଦ ୨ ଲକ୍ଷ ୮୫ ହଜାର ଟଙ୍କା ଏବଂ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ୩ ମାସର ପେନ୍‌ସନ ଉକ୍ତ ଫାଣ୍ଠିକୁ ପ୍ରଦାନ କରିଛନ୍ତି। ସେହିଭଳି ସୋମବାର ଓଡ଼ିଶା ପରିସଂଖ୍ୟାନ ଓ ଅର୍ଥନୀତି ଅଧିକାରୀ ସଂଘର କର୍ମକର୍ତ୍ତାମାନେ ସଂଘ ତରଫରୁ ୧ ଲକ୍ଷ ୪୨ ହଜାର ୧୬ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି। ପୂର୍ବତନ ବିଧାୟକ ନବୀନ ନନ୍ଦ ୩୮,୦୦୦ ଟଙ୍କା ଦେଇଥିବାବେଳେ ଓଡ଼ିଶା କର୍ମଚାରୀ ସଂଗ୍ରାମ ସମିତି ପକ୍ଷରୁ ଗୋଟିଏ ଦିନର ଦରମା ପ୍ରଦାନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଜର ଗୋଟିଏ ମାସର ଦରମା ପ୍ରଦାନ କରିଛନ୍ତି। ଅନୁରୂପ ଭାବେ ନିଜର ଏମ୍‌ପି ପାଣ୍ଠିରୁ ୧ କୋଟି ଟଙ୍କା ଖର୍ଚ୍ଚ କରିବା ପାଇଁ ସସ୍ମିତ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri