ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା ୩ ମାସ ପର୍ଯ୍ୟନ୍ତ ନିୟମ କୋହଳ କରିଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଘୋଷଣାପରେ ବର୍ଷିଛନ୍ତି ବିରୋଧୀ। କଂଗ୍ରେସ ନେତା ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର କହିଛନ୍ତି, ନୂଆ ମୋଟର ଯାନ ଆଇନ ପାର୍ଲାମେଣ୍ଟରେ ପାସ୍‌ ହେଲାବେଳେ ଜନସାଧାରଣଙ୍କ ଭଲମନ୍ଦକୁ ନ ବୁଝି ଶାସକ ବିଜେଡି ଏମ୍‌ପିମାନେ ଏହାକୁ ସମର୍ଥନ କରିଦେଲେ। ଅନ୍ୟ କେତେଗୁଡିଏ ରାଜ୍ୟ ସରକାର ଏଭଳି ଆଇନକୁ ନିଜ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ରାଜି ନ ହୋଇ ପ୍ରତ୍ୟାଖ୍ୟାନ କରିଦେଲେ। ମାତ୍ର ମୁଖ୍ୟମନ୍ତ୍ରୀ ଏହି ନିୟମ ସମ୍ପର୍କରେ ଠିକ୍‌ରେ ତର୍ଜମା ନ କରି କାର୍ଯ୍ୟକାରୀ କାହିଁକି କରାଇଦେଲେ। ଜନତାଙ୍କ କ୍ରୋଧ ଦେଖିବାପରେ ରାଜ୍ୟ ସରକାରଙ୍କ ଏ ବାବଦରେ ଚେତା ପଶିଲା। ଆଗକୁ ନଗରପାଳିକା ନିର୍ବାଚନ ଥିବାରୁ ଏହି ଆଇନକୁ ତିନିମାସ କୋହଳ କରି ରାଜ୍ୟବାସୀଙ୍କୁ ପୁନର୍ବାର ଲଲିପପ୍‌ ଦେଖାଇ ଭୋଟ ହାତେଇବାର ଯେଉଁ ପ୍ରୟାସ କରିଛନ୍ତି ତାକୁ ଉଚିତ୍‌ ଜବାବ୍‌ ଆଗାମୀ ଦିନରେ ମିଳିବ। ଯଦି ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତରେ ରାଜ୍ୟବାସୀଙ୍କ ପ୍ରତି ଆନ୍ତରିକତା ଅଛି ତେବେ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ ଓ ରାଜସ୍ଥାନ ଭଳି ଓଡିଶା ଏହି ଆଇନକୁ ପ୍ରତ୍ୟାଖ୍ୟାନ କରୁ ବୋଲି ଆର୍ଯ୍ୟକୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri