Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଝିଅ ନିର୍ବାଚନରେ ହାରିଯିବାରୁ ହୃଦ୍‌ଘାତରେ ପ୍ରାଣ ହରାଇଲେ ଦଳର କାର୍ଯ୍ୟକର୍ତ୍ତା

ହାଇଦ୍ରାବାଦ୍‌, ୨୮।୫: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଝିଅ ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ତାଙ୍କର ଜଣେ ସମର୍ଥକ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ନିଜାମବାଦ ଲୋକ ସଭା ଆସନରୁ ନିର୍ବାଚନ ଲଢୁଥିବା କବିତା ଭାଜପାର ଡି ଅରବିନ୍ଦଙ୍କଠାରୁ ୭୧ହଜାର ଭୋଟରେ ପରାସ୍ତ ହେବା ଶୁଣି କିଶୋର ନାମକ ଜଣେ ବ୍ୟକ୍ତି ଶନିବାରଠାରୁ ଖାଇବା, ଶୋଇବା ବନ୍ଦ କରିଦେଇଥିଲେ। ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିଲା। ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ) ପକ୍ଷରୁ କବିତା ନିଜ ସମର୍ଥକଙ୍କ ସହ କିଶୋରଙ୍କ ଘରେ ପହଞ୍ଚି ତାଙ୍କ ପରିବାରକୁ ଆଶ୍ୱାସନା ଦେଇଥିଲେ। କାର୍ଯ୍ୟକର୍ତ୍ତାମାନେ ଦଳର ଶକ୍ତି, ଲୋକତାନ୍ତ୍ରିକ ପ୍ରକ୍ରିୟାରେ ଜୟ ପରାଜୟ ଲାଗିରହିଛି, ତେଣୁ ସମର୍ଥକମାନେ ଦୃଢତାର ସହିତ ପରାଜୟକୁ ସ୍ବୀକାର କରନ୍ତୁ ବୋଲି କବିତା ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri