ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ କରିଛନ୍ତି। ହେଲେ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ତାଙ୍କୁ ଅଧିକ ଆକର୍ଷିତ କରିଥାଏ। ଫଟୋରେ ଦେଖାଯାଉଥିବା ଏହି ରାସ୍ତାଟି କେଉଁଠିକାର ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଥିଲେ। ସେହିପରି ପଚାରିଥିବା ପ୍ରଶ୍ନର ଉତ୍ତର ନେଇ ସାମାନ୍ୟ ସଙ୍କେତ ଦେଇ କହିଥିଲେ ଯେ, ଏହା ଆଦିବାସୀ ଅଞ୍ଚଳର ସାମାଜିକ-ସାଂସ୍କୃତିକ ଏକ ପାହାଡିଆ ଅଞ୍ଚଳର ଏକ ଜୀବନରେଖା। ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନ ପରେ ବହୁ ସଂଖ୍ୟକ ଟୁଇଟର ବ୍ୟବହାରକାରୀ ଉତ୍ତର ଦେବା ଆରମ୍ଭ କରିଥିଲେ। ରାତି ୧୦ଟା ୨୦ ସୁଦ୍ଧା ଏହି ପୋଷ୍ଟ୍‌ଟିକୁ ୩୪୦୦ ଲାଇକ୍‌, ୩୯୧ ରିଟୁଇଟ୍‌, ୨୬୭ଟି ଉତ୍ତର ଆସିଥିଲା। ପ୍ରଶ୍ନ ପଚାରିବାର କିଛି ଘଣ୍ଟା ପରେ ମୁଖ୍ୟମନ୍ତ୍ରୀ ଟୁଇଟର ଜରିଆରେ ତାହାର ଉତ୍ତର ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପୋଷ୍ଟ୍‌ କରାଯାଇଥିବା ଫଟୋଟି ଜୟପୁର-ମାଲକାନଗିରିକୁ ଯୋଗାଯୋଗ କରୁଥିବା ରାସ୍ତାର ଥିଲା ବୋଲି ସେ ନିଜେ ଉଲ୍ଲେଖ କରିଥିଲେ। ତାଙ୍କ ପ୍ରଶ୍ନର ଉତ୍ତର ଦେବା ପାଇଁ ଭାଗ ନେଇଥିବା ସମସ୍ତ ଟୁଇଟର ବ୍ୟବହାରକାରୀଙ୍କୁ ନବୀନ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri