ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ପେଣ୍ଡିଂ ଥିବା ଇ-ଅଭିଯୋଗଗୁଡିକୁ ଚଳିତ ମାସ ୧୫ ତାରିଖ ମଧ୍ୟରେ ଫଏସଲା କରିବାକୁ ସେ କହିଛନ୍ତି । ଯେଉଁ ବ୍ଲକ, ତହସିଲ କିମ୍ବା ଅନ୍ୟାନ୍ୟ ବିଭାଗଗୁଡିକରେ ଅଧିକ ସଂଖ୍ୟକ ଇ-ଅଭିଯୋଗ ପଡି ରହିଛି ଏଥିରେ କାର୍ଯ୍ୟାଳୟର ସଂଖ୍ୟାଧିକ କର୍ମଚାରୀ ନିୟୋଜିତ କରି ସାରିବା ପାଇଁ କୁହାଯାଇଛି ା ଇ-ଅଭିଯୋଗର ଫଏସଲା ନକଲ ଅନଲାଇନ୍ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରେରଣ ହେବା ସହ ଏହାର ଏକକିତା ନକଲ ସମ୍ପୃକ୍ତ ଅଭିଯୋଗକାରୀଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଅଭିଯୋଗ କାର୍ଯ୍ୟାନୁଷ୍ଠାନ ନକଲରେ କାର୍ଯ୍ୟାଳୟ ମୁଖ୍ୟଙ୍କ ଦସ୍ତଖତ ରହିବ ା ପ୍ରତ୍ୟେକ ଶନିବାର କାର୍ଯ୍ୟାଳୟ ମୁଖ୍ୟ ଇ-ଅଭିଯୋଗର ସମୀକ୍ଷା କରିବେ ା ଚଳିତ ମାସ ୧୫ ତାରିଖ ପରେ ଦପ୍ତରକୁ ପ୍ରେରଣ ହେଉଥିବା ଇ-ଅଭିଯୋଗଗୁଡିକ ୭ ଦିନ ମଧ୍ୟରେ ଫଏସଲା କରାଯିବ ା ଅବହେଳା କଲେ ସମ୍ପୃକ୍ତ ଅଧିକାରୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଅତିରିକ୍ତ ଜିଲାପାଳ କହିଥିଲେ। ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀମାନେ ଯୋଗ ଦେଇଥିଲେ ା
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
Archives


