ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସର ୩ବର୍ଷ ପୂରିଲା: ଆରମ୍ଭ ହୋଇପାରିନି ଡାହୁକା ସେତୁ କାର୍ଯ୍ୟ

ନୟାଗଡ଼ ଅଫିସ,୧୩ା୧୨: ୧୩ ଡିସେମ୍ବର ୨୦୧୬। ଏହି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଟିଏସ୍‌ ପଡ଼ିଆଠାରେ ନୟାଗଡ଼-ଖଣ୍ଡପଡ଼ା ରାସ୍ତାରେ ଡାହୁକା ସେତୁର ଶିଳାନ୍ୟାସ କରିଥିଲେ। ଗୁରୁବାର ଶିଳାନ୍ୟାସକୁ ୩ବର୍ଷ ପୂରିଛି। ହେଲେ ୩ ପିଲାରରେ ସୀମିତ ରହିଛି ସେତୁ କାର୍ଯ୍ୟ। ଫଳରେ ସେତୁ ନିର୍ମାଣ ଶେଷହେବା ନେଇ ଲୋକେ ଆଶା ଆଶଙ୍କାରେ ରହିଛନ୍ତି।
ପ୍ରକାଶ ଯେ, ଉକ୍ତ ରାସ୍ତାରେ ଦୀର୍ଘବର୍ଷ ହେଲା ଏକ ଛୋଟ ସେତୁ ଥିବାବେଳେ ଯାନାବାହନ ଯାତାୟାତ ବେଳେ ଅସୁବିଧା ଦେଖାଦେଇଥାଏ। ଏହାକୁ ଦୃଷ୍ଟିରେ ରଖି ଏକ ନୂତନ ସେତୁ ନିର୍ମାଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଯୋଜନା ହୋଇଥିଲା। ଏଥିପାଇଁ ୮ କୋଟି ୬୭ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ଡିସେମ୍ବର ୨୦୧୬ରେ ସେତୁ କାର୍ଯ୍ୟର ଶିଳାନ୍ୟାସ କରିଥିଲେ। ଏହାର କିଛିମାସ ପରେ ସେଠାରେ ସେତୁକାର୍ଯ୍ୟ ଆରମ୍ଭ ହୋଇଥିଲା। ଲୋକେ ଭାବିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବାରୁ ଶୀଘ୍ର କାମ ସରିବ ଓ ଯାତାୟାତରେ ସୁବିଧା ହେବ। ହେଲେ ସେଭଳି କିଛି ଦେଖିବାକୁ ମିଳି ନାହିଁ। ଜମି ଅଧିଗ୍ରହଣ ଯୋଗୁ ସେତୁ କାର୍ଯ୍ୟ ଆଗେଇପାରୁ ନ ଥିବା ବିଭାଗ ସୂଚନା ଦେଇଛି। ବର୍ତ୍ତମାନ ସେତୁ ନିର୍ମାଣ ଲାଗି ୩ଟି ପିଲାର ଉଠିଥିବା ବେଳେ ଅଧିକ ପିଲାର ଓ ଅନ୍ୟ କାର୍ଯ୍ୟ ହେବାକୁ ଥିବା ବେଳେ ସେଥିପାଇଁ ଜାଗା ନାହିଁ। ପାଖରେ ଥିବା ଘରୋଇ ଜମିକୁ କିଣାଯାଇ ସେତୁ କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ପଣ୍ଡାଙ୍କୁ ପଚାରିବାରୁ ସେ କହିଥିଲେ, ଜମି ଅଧିଗ୍ରହଣ ଯୋଗୁ ସେତୁ କାର୍ଯ୍ୟ ହୋଇପାରୁ ନ ଥିଲା। ଏବେ ସମସ୍ତ କାମ ସରି ଜମି ଅଧିଗ୍ରହଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ପରେ ଘରୋଇ ଜାଗା କିଣାଯାଇ ସେତୁ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri