Categories: ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ

ନୂଆଦିଲ୍ଲୀ,୧୫।୭: ପଞ୍ଜାବ କ୍ୟାବିନେଟର ମନ୍ତ୍ରୀ ଥିବା ନବଜୋତ ସିଂ ସିଦ୍ଧୁ ସୋମବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପାଖକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂବରୁ ସିଦ୍ଧୁ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ପରିବର୍ତ୍ତେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଥିଲେ। ଗତ ଏକ ମାସ ହେବ ସେ ତାଙ୍କ ଇସ୍ତଫା ପେତ୍ର ଦେଉ ନ ଥିଲେ କାହିଁକି ବୋଲି ଦ୍ୱନ୍ଦ୍ୱ ପ୍ରକାଶ ପାଇଥିବା ବେଳେ ଶେଷରେ ସେ ତାଙ୍କ ଇସ୍ତଫା ରାହୁଲ ଗାନ୍ଧୀଙ୍କୁ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଦୀର୍ଘ ପ୍ରାୟ ଏକ ମାସ ହେବ ସିଦ୍ଧୁଙ୍କ ବିଭାଗ ପରିବର୍ତ୍ତନକୁ ନେଇ ସେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଉପରେ ଅସନ୍ତୁଷ୍ଟ ଥିବା ବେଳେ ବିଧାନସଭାରେ ଅନୁପସ୍ଥିତ ରହୁଥିଲେ।

Share