ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍‌ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍‌ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ଟାଉନ ଥାନା ପୋଲିସ ପକ୍ଷରୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ, ଆଞ୍ଚଳିକ ପରିବହନ ଅଧିକାରୀ ଦାୟିତ୍ୱରେ ଥିବା ମୋଟରଯାନ ନିରୀକ୍ଷକ ଶ୍ରୀବତ୍ସ ଦଳେଇ ଅଫିସ୍‌ର ବିଭିନ୍ନ ପ୍ରକୋଷ୍ଠ ଏବଂ କାଉଣ୍ଟରରେ ଯାଞ୍ଚ କରିଥିଲେ। ଯାନବାହନ ପଞ୍ଜୀକରଣ ଲାଗି ଲାଇନରେ ଛିଡ଼ା ହୋଇଥିବା ଲୋକଙ୍କୁ ଦଲାଲଙ୍କ କବଳରେ ନ ପଡ଼ିବାକୁ ସଚେତନ କରାଯାଇଥିଲା। କାର୍ଯ୍ୟାଳୟରେ ଦଲାଲ ସାଜି ଲୋକଙ୍କୁ ଶୋଷଣ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗାଡ଼ି ମାଲିକଙ୍କୁ ପ୍ରଲୋଭିତ କରି ଅର୍ଥ ଆଦାୟ କରୁଥିବା ଏବଂ ହଇରାଣ ହରକତ କରୁଥିବା ମଧ୍ୟସ୍ଥଙ୍କ ବିଷୟରେ ସୂଚନା ଦେବାକୁ ଥାନାଧିକାରୀ ଆହ୍ବାନ ଦେଇଛନ୍ତି। ଏ ସମ୍ପର୍କରେ ଭାରପ୍ରାପ୍ତ ଆରଟିଓ କୁହନ୍ତି, ଦଲାଲ ଏବଂ ମଧ୍ୟସ୍ଥ କାର୍ଯ୍ୟ ରୋକିବାକୁ ଉଦ୍ୟମ କରାଯିବା ପରେ କେତେଜଣ ବ୍ୟକ୍ତି କାର୍ଯ୍ୟାଳୟର କର୍ମଚାରୀଙ୍କୁ ଫୋନ୍‌ରେ ଧମକଚମକ ଦେଉଛନ୍ତି। ଏ ନେଇ ପୋଲିସର ଦୃଷ୍ଟି ଆକର୍ଷଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri