ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ଏ ନେଇ ସୂଚନା ଦେଇ କହିଛନ୍ତି, ୨୦୧୧ର ଜନଗଣନାନୁଯାୟୀ ରାଜ୍ୟରେ ବୟଙ୍କେ ସଂଖ୍ୟା ମୋଟ ଜନସଂଖ୍ୟାର ୧୦% ଅର୍ଥାତ ୬୦ ବର୍ଷରୁ ଊଦ୍ଧ୍ୱର୍ର୍ ୪୨ ଲକ୍ଷ ଲୋକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୬୦-୭୦ ବର୍ଷ ମଧ୍ୟରେ ୬%, ୭୦-୭୯ବର୍ଷ ମଧ୍ୟରେ ୩%, ୮୦ରୁ ଊର୍ଦ୍ଧ ୧% ଅଛନ୍ତି। ବୟସ୍କଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ଅଧିକ ଆଶଙ୍କା ରହିଛି। ମଧୁମେହ, ହୃଦ୍‌ରୋଗ, କ୍ୟାନ୍‌ସର ଆଦି ରୋଗରେ ପୀଡ଼ିତ ବ୍ୟକ୍ତିବିଶେଷଙ୍କ ସହ ବୟସ୍କମାନଙ୍କ ସୁରକ୍ଷାକୁ ବିଶେଷଭାବେ ଧ୍ୟାନ ଦେବାକୁ ପଡ଼ିବ। ପରିବାରଲୋକେ ଏହାକୁ ଅଣଦେଖା କରନ୍ତୁ ନାହିଁ। ସେମାନଙ୍କ ନିଃସଙ୍ଗତାକୁ ଦୂର କରିବା ଲାଗି ସମ୍ବେଦନଶୀଳ ହୁଅନ୍ତୁ। ସ୍ନେହ ନେବା ସହ ଯତ୍ନ ନିଅନ୍ତୁ। ସେମାନଙ୍କ ସହ ଯଥାସମ୍ଭବ ସମୟ ଅତିବାହିତ କରନ୍ତୁ। ବାରମ୍ବାର ତାଙ୍କ ସହ କରୋନା ବିଷୟରେ କଥା ହୋଇ ଅଯଥା ସ୍ଥିତିକୁ ଅସ୍ତବ୍ୟସ୍ତ କରନ୍ତୁ ନାହିଁ। ଯଦି ପାରୁଛନ୍ତି ତେବେ ତାଙ୍କ ମନ ପସନ୍ଦର ବହି ଦିଅନ୍ତୁ। ନଚେତ ସୋସିଆଲ ମିଡିଆରେ ସମ୍ପର୍କୀୟଙ୍କ ସହ କଥାବାର୍ତ୍ତା କରାଇ ଦିଅନ୍ତୁ। ପରିବାର ଓ ବନ୍ଧୁବାନ୍ଧବଙ୍କ ସହ ଯୋଗାଯୋଗ ବଜାୟ ରଖନ୍ତୁ। ଏସବୁ ମଧ୍ୟରେ ତାଙ୍କ ସହ ଗାଇଡ୍‌ଲାଇନ୍‌ ଅନୁଯାୟୀ ସାମାଜିକ ଦୂରତ୍ୱକୁ ବଜାୟ ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri