ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା ଦେଇଛନ୍ତି।
ପ୍ରକାଶ ଯେ, ବରଗଡ଼ ତୋରାସ୍ଥିତ ଚିନିକଳର କର୍ମଚାରୀମାନେ ଦୀର୍ଘ ୨୫ମାସ ହେଲା ଦରମା ପାଇନାହାନ୍ତି। ତେଣୁ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଚଳିତ ବର୍ଷ ଉକ୍ତ ଚିନିକଳକୁ କାର୍ଯ୍ୟକ୍ଷମ କରିବାକୁ ଗତ ଫେବୃୟାରୀ ମାସରେ ମୁଖ୍ୟମନ୍ତ୍ରୀ ୧୧ କୋଟି ଟଙ୍କା ଘୋଷଣା କରିଥିଲେ ସୁଦ୍ଧା ଏଯାଏ ତାହା ମିଳିପାରି ନାହିଁ। ଏହାର ସମାଧାନ ପାଇଁ ଗତ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଧାରଣା ଦେଇଥିଲେ। ମାତ୍ର କୌଣସି ସୁଫଳ ମିଳିପାରି ନ ଥିଲା। ତେଣୁ ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁସାରେ କର୍ମଚାରୀଗଣ ଉପସଭାପତି ବ୍ରିଜବଲ ରାୟଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ସୁବ୍ରତ ସାହୁ, ଯୁଗ୍ମ ସମ୍ପାଦକ ପ୍ରସନ୍ନ କୁମାର ମହାରଣା, ଉଦ୍ଧବ ସାହୁ, ପୁଷ୍ପଜିତ ପ୍ରଧାନ, ମହମ୍ମଦ ସିକନ୍ଦର, ଅରୁଣ କୁମାର ସାହୁ, ନରସିଂହ ସାହୁ, ଚିତ୍ତରଞ୍ଜନ ମହାପାତ୍ର, ରାମ ନାରାୟଣ ମିଶ୍ର ପ୍ରମୁଖ କର୍ମଚାରୀ ଧାରଣାରେ ସାମିଲ ହୋଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଧାରଣାସ୍ଥଳରେ ପହଞ୍ଚି କର୍ମଚାରୀଙ୍କୁ ସମର୍ଥନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri