ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ଲୋକାର୍ପିତ, ଲୋକଙ୍କ ମତାମତ ଅନୁଯାୟୀ ହେବ ଚୂଡାନ୍ତ ପ୍ଲାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଜୋର୍‌ଦାର କାର୍ଯ୍ୟକ୍ରମ ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ମନ୍ଦିର ଚାରିପାଖରୁ ବିଭିନ୍ନ ଦୋକାନ ଏବଂ ଘରଗୁଡିକୁ ସରକାର ଉଚ୍ଛେଦ କରି ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ସୋମବାର ଏନେଇ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏକ ବଡ ନିଷ୍ପତ୍ତି ହୋଇଛି। ବୈଠକରେ ସବୁ ବିଭାଗର ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଛନ୍ତି। ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ଏହାସହ ଉକ୍ତ ପ୍ଲାନର ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି। ଚିଠା ଆର୍କିଟେକ୍‌ଚରାଲ ପ୍ଲାନ ସମ୍ପର୍କରେ ରାଜ୍ୟବାସୀଙ୍କୁ ଆସନ୍ତା ୧୫ ଜାନୁୟାରୀ ୨୦୨୦ ସୁଦ୍ଧା ଇ-ମେଲ୍‌ ଜରିଆରେ ନିଜର ମୂଲ୍ୟବାନ ମତାମତ ଜଣାଇବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିପାଇଁ ଇ-ମେଲ୍‌ ଆଇଡି, ଫ୍ୟାକ୍ସ ନମ୍ବର ଏବଂ ଲ୍ୟାଣ୍ଡଲାଇନ ନମ୍ବର ଦିଆଯାଇଛି। jagannath.or@nic.in, ଫ୍ୟାକ୍ସ ନମ୍ବର- ୦୬୭୫୨-୨୫୨୧୦୦, ଲ୍ୟାଣ୍ଡ ନମ୍ବର-୦୬୭୫୨-୨୫୨୯୦୦ ଜାରି କରାଯାଇଛି। ଲୋକମାନେ ଏହିସବୁ ମାଧ୍ୟମରେ ଯେଉଁ ପ୍ରସ୍ତାବ ରଖିବେ ସେଗୁଡିକର ତର୍ଜମା କରାଯାଇ ଚୂଡାନ୍ତ ଆର୍କିଟେକ୍‌ଚରାଲ ପ୍ଲାନ ପ୍ରକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହାସହ ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତି ବିଶେଷମାନେ ଜମି ଦେଇଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଛନ୍ତି, ଏହି ବ୍ୟକ୍ତିବିଶେଷଙ୍କ ନାମ ଉକ୍ତ ଐତିହ୍ୟ କରିଡରରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ। ଅଧିଗୃହୀତ କରାଯାଇଥିବା ସମସ୍ତ ଜମିକୁ ଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ। ଲୋକାର୍ପିତ ହୋଇଥିବା ଚିଠା ଆର୍କିଟେକ୍‌ଚରାଲ ପ୍ଲାନ କେବଳ କରିଡରର ସୌନ୍ଦର୍ଯ୍ୟକରଣ ଏବଂ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ। ଶ୍ରୀମନ୍ଦିର ସୁରକ୍ଷା ଓ ଫଙ୍କ୍‌ଶନାଲିଟି ଲାଗି ଯାହା ଯୋଜନା ପ୍ରସ୍ତୁତ ହେବ ତା’ର ଦାୟିତ୍ୱ ଏ ସଂକ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ବୃତ୍ତିଧାରୀମାନଙ୍କୁ ଅର୍ପଣ କରିବାକୁ ସ୍ଥିର ହୋଇଛି। ପୁରୀକୁ ବର୍ଷସାରା ଦେଶ, ବିଦେଶର ଚାରିଆଡୁ ଲକ୍ଷ ଲକ୍ଷ ତୀର୍ଥ ଯାତ୍ରୀ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇବା ସହିତ ସେମାନେ ଯେପରି ପବିତ୍ର ଅନୁଭୂତି ନେଇ ଫେରିବେ, ସେଥିପାଇଁ ପାରିପାର୍ଶ୍ୱିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିରେ ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବ। ଏହାସହ ସେମାନଙ୍କ ଲାଗି ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ। ଯାତ୍ରୀମାନେ ପାଦ, ହାତ ଧୋଇବା ଲାଗି ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହ ପିଇବା ପାଣି ଏବଂ ଶୌଚାଳୟର ବିକାଶ କରାଯିବ।
ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରାଯିବ। ଜଗନ୍ନାଥଙ୍କ ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା ରହିବ। ମୁକ୍ତାକାଶ ମଞ୍ଚରେ ଓଡିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri