ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ଖବରଦାତାଙ୍କ ମୃତ୍ୟୁ ଘଟିଲେ ମିଳିବ ୧୫ ଲକ୍ଷ ଟଙ୍କା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଖବରଦାତାମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି। ତେଣୁ କାର୍ଯ୍ୟରତ ଖବରଦାତାମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାକରୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ପ୍ରଦାନ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।

ଏହି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାସସ ମଙ୍ଗରାଜ। ଏ ନେଇ ସେ ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି।