ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି। କ୍ୟାପଟେନଙ୍କୁ ଶକ୍ତି ଭଳି ଚାଲେଞ୍ଜିଂ ବିଭାଗ ସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଶିଳ୍ପ ବିଭାଗର ସ୍ବାଧୀନ ଦାୟିତ୍ୱ ମଧ୍ୟ ମିଳିଛି । ମୁଖ୍ୟମନ୍ତ୍ରୀ ତାଙ୍କ ଦକ୍ଷତା ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟକରି ଏଭଳି ଚାଲେଞ୍ଜିଂ ଦାୟିତ୍ୱ ଦେଇଥିବାରୁ ନିଜକୁ ଧନ୍ୟ ମନେକରିବା ସହ ଏହାକୁ ସଫଳତାର ସହ ସାମ୍ନା କରିବି ବୋଲି କହିଛନ୍ତି ମନ୍ତ୍ରୀ ମିଶ୍ର । ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ମିଶ୍ର ଭବାନୀପାଟଣା ଗସ୍ତ ସମୟରେ କହିଲେ, ନୂଆ କରି ମନ୍ତ୍ରୀ ହୋଇଥିବାରୁ ତାଙ୍କ ପାଇଁ ଅନେକ ଚାଲେଞ୍ଜ ରହିଛି । ସବୁଠୁ ବଡ ଚାଲେଞ୍ଜ ଶକ୍ତି ବିଭାଗ । ନିକଟରେ ‘ଫନୀ’ ବାତ୍ୟାରେ ପୁରୀ ଜିଲା ସମେତ ଉପକୂଳ ଅଞ୍ଚଳରେ ବିଜୁଳି ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି । ଭିତ୍ତିଭୂମି ପୁନରୁଦ୍ଧାର ସହ ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ପ୍ରଥମ କାମ ହେବ । ଆଗାମୀ ଦିନରେ ବାତ୍ୟା ପ୍ରତିରୋଧ କରିପାରୁଥିବା ଭୂତଳ କେବୁଲ ଓ ଅନ୍ୟାନ୍ୟ ବ୍ୟବସ୍ଥା ଉପରେ ବିଭାଗ ଗୁରୁତ୍ୱ ଦେବ। ମାତ୍ର ଏହା ଏତେ ସହଜ । ବ୍ୟାପକ ପାଣ୍ଠି ଦରକାର। ତେଣୁ ପର୍ଯ୍ୟାୟ କ୍ରମେ ନୂଆ ପଦକ୍ଷେପ ନିଆଯିବ। ସେହିପରି ଏମ୍‌ଏସ୍‌ଏମ୍‌ଇ ମାଧ୍ୟମରେ ଯୁବପିଢ଼ିଙ୍କ ପାଇଁ କିଭଳି ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ସେ ଦିଗରେ ଯୋଜନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଅନେକ କାମ କରିବାକୁ ଯୋଜନା ରହିଛି। ଗୃହ ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱକୁ ସୁଚାରୁ ରୂପେ ପାଳନ କରିବାକୁ ହେବ। ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ଗୁରୁ ଦାୟିତ୍ୱ ଦେଇଛନ୍ତି। ତେବେ ସବୁ ଚାଲେଞ୍ଜକୁ ସଫଳତାର ସହ ସାମ୍ନା କରିବାକୁ ପ୍ରସ୍ତୁତ ବୋଲି ମିଶ୍ର କହିଛନ୍ତି। କଳାହାଣ୍ଡି ଜିଲାକୁ ମଧ୍ୟ ଗୁରୁତ୍ୱ ଦେବି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri