Posted inଖେଳ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ହକି ଇଣ୍ଡିଆ ଦେଲା ୨୧ ଲକ୍ଷ

ନୂଆଦିଲ୍ଲୀ,୯।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଏ ନେଇ ବୁଧବାର ହକି ଇଣ୍ଡିଆ ସୂଚନା ଦେଇଛି। ଓଡ଼ିଶାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ କାର୍ଯ୍ୟକାରୀ ବୋର୍ଡ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ନେଇଛି। କରୋନା ଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ଭାରତରେ ୧୫୦ ଓ ସାରା ବିଶ୍ୱରେ ୮୦,୦୦୦ ଲୋକ ପ୍ରାଣ ହରାଇଲେଣି। ଏହି ୨୧ ଲକ୍ଷ ଟଙ୍କାର ସହାୟତା କରୋନା ଭାଇରସ ଲଢେଇରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି।
କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଓଡ଼ିଶା ସରକାର ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଛି। ହକି ଇଣ୍ଡିଆ ଏହି ଲଢେଇରେ ସାମାନ୍ୟ ସହାୟତା ପ୍ରଦାନ କରିଛି। ଓଡ଼ିଶାର ଜନସାଧାରଣ ଭାରତୀୟ ହକିକୁ ସବୁବେଳେ ସମର୍ଥନ କରିଆସିଛି। ହକିର ଉନ୍ନତିରେ ଓଡ଼ିଶାର ଭୂମିକା ମଧ୍ୟ ବହୁତ ରହିଛି ବୋଲି ଅହମ୍ମଦ କହିଛନ୍ତି। ହକି ଇଣ୍ଡିଆ ସାଧାରଣ ସମ୍ପାଦକ ମଧ୍ୟ ସମାନ ମତ ପୋଷଣ କରିଛନ୍ତି। ଉଲ୍ଲେଖଥାଉ କି, ହକି ଇଣ୍ଡିଆ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୧ କୋଟି ଟଙ୍କା ପ୍ରଦାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri