ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୧୨।୪- କରୋନା ସଂକ୍ରମଣ ଜନିତ ପରିସ୍ଥିତିର ମୁକାବିଲା ପାଇଁ ବାଲେଶ୍ୱର ଜିଲା ରେମୁଣା ସ୍ଥିତ ସିଦ୍ଧେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ହେମଲତା ବେହେରା ଓ ସମ୍ପାଦିକା ସୁକାନ୍ତି ଦାସ ୧୦ହଜାର ଟଙ୍କାର ଚେକ୍‌ ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କଅକବଙ୍କୁ ପ୍ରଦାନ କରିଛନ୍ତି ା ଏତଦ୍‌ବ୍ୟତୀତ ଖଇରା ବ୍ଲକ ଅନ୍ତର୍ଗତ ରଟିନା ସ୍ଥିତ ମହିଳା ସାମ୍ମୁଖ୍ୟ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ୨୫ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ା ଏସ୍‌ଏଚ୍‌ଜିର ସଭାପତି ପ୍ରଭାସିନୀ ମହାପାତ୍ର, ସମ୍ପାଦିକା ଫୁଲରାଣୀ ସାହୁ ଖଇରା ବିଡିଓଙ୍କ ଜରିଆରେ ଏହି ଅର୍ଥରାଶି ଦେଇଛନ୍ତି। ସେହିପରି ସୋର ବଳଙ୍ଗ ଅଞ୍ଚଳର ସାଇବାବା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଚଙ୍କାର ସହାୟତା ରାଶି ଦିଆଯାଇଛି। ଏସ୍‌ଏଚ୍‌ଜିର ସଭାପତି କବିତା ବିଶ୍ୱାଳ ଓ ସମ୍ପାଦିକା ସୁଷମା ବିଶ୍ୱାଳ ସୋର ତହସିଲଦାରଙ୍କୁ ୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଜିଲା ସମାଜ ମଙ୍ଗଳ ଅଧିକାରୀ କୁସୁମମାଳା ମିଶ୍ର, ମିଶନ ଶକ୍ତି ଡିପିସି ବିଶ୍ୱଜିତ ପରିଡ଼ା, ସିଡିପିଓ ନର୍ମଦା ଦେଓ, ସାଗରିକା ଦତ୍ତ, ବିପିସି ପ୍ରସନ୍ନ ପୁହାଣ, ସତ୍ୟବ୍ରତ ଦେ ପ୍ରମୁଖ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଏଭଳି କାର୍ଯ୍ୟର ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri