ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ସଦର ଆଙ୍କୋ ଅଞ୍ଚଳର ମା’ ବାସୁଳୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ସଭାପତି ସୁମତି ଭକ୍ତ, ସମ୍ପାଦିକା ଜ୍ୟୋତ୍ସ୍ନାରାଣୀ ବେହେରା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ଜରିଆରେ ୧୧ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।

ଜଳେଶ୍ୱର ପୌରାଞ୍ଚଳର ବାବା ସିଦ୍ଧେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ଦୀପ୍ତି ପଟ୍ଟନାୟକ, ସମ୍ପାଦିକା ମାମୁନି ପରିଡ଼ାଙ୍କ ସମେତ ଅନ୍ୟ ସଦସ୍ୟାମାନଙ୍କ ତରଫରୁ ୨୫୦୦ଟଙ୍କାର ଅର୍ଥରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରାଯାଇଛି। ଏଥିସହିତ ସେମାନେ ସଫେଇ କର୍ମଚାରୀମାନଙ୍କୁ ମାସ୍କ, ଟିଫିନ ଓ ସାବୁନ ବଣ୍ଟନ କରିଛନ୍ତି। ସେହିପରି ବାଲେଶ୍ୱର ଈଶାନନଗର ଅନ୍ନପୂର୍ଣ୍ଣା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ସଭାପତି ମାଳତୀ ପୁଟି ଏବଂ ସମ୍ପାଦିକା ଭାରତୀ ଦାସ ୨ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଜିଲା ସମାଜ ମଙ୍ଗଳ ଅଧିକାରୀ କୁସୁମମାଳା ମିଶ୍ର, ମିଶନ ଶକ୍ତି ଡିପିସି ବିଶ୍ୱଜିତ ପରିଡ଼ା, ସିଡ଼ିପିଓ ବିନିତାମଣି ସିଂ, ବିପିସି ଲୋପାମୁଦ୍ରା ପରିଡ଼ା, ଡିଏମ୍‌ଏସ୍‌ସି ଯଜ୍ଞେଶ୍ୱରୀ ପଣ୍ଡା ପ୍ରମୁଖ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଏଭଳି କାର୍ଯ୍ୟର ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri