ବଲାଙ୍ଗୀର ଅଫିସ,୧୭ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଲାଙ୍ଗୀର ଜିଲାରେ ମାରାଥନ୍ ରୋଡ ଶୋ’ କରିବା ସମୟରେ ଆଗଲପୁର ବ୍ଲକ ସାଲେଭଟାଠାରେ କଳାପତାକା ପ୍ରଦର୍ଶନ ଓ ଅଣ୍ଡାମାଡ ଘଟଣା ଘଟିଥିଲା। ଏହି ଘଟଣାରେ ପୂର୍ବତନ ଏମ୍ପି ବାଳଗୋପାଳ ମିଶ୍ର ଓ ତାଙ୍କ ପୁଅ ଆକାଶ ମିଶ୍ରଙ୍କ ସମେତ ୧୪ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ତେବେ ମଙ୍ଗଳବାର ସମସ୍ତ ଅଟକଙ୍କୁ ଛାଡି ଦିଆଯାଇଛି। ଏହି ଘଟଣାକୁ ନେଇ ଲୋଇସିଂହା ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ଏସପି କେ. ଶିବା ସୁବ୍ରମଣି ସୂଚନା ଦେଇଛନ୍ତି।
ସୋମବାର ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏକ ସ୍ବତନ୍ତ୍ର ବସ୍ରେ ରୋଡ ଶୋ କରି ରାତି ପ୍ରାୟ ୯ଟାରେ ଲୋଇସିଂହା ନିର୍ବାଚନମଣ୍ଡଳୀର ସାଲେଭଟାଠାରେ ପହଞ୍ଚତ୍ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ବସ ସାଲେଭଟା ପହଞ୍ଚତ୍ବା
ପରେ ପୂର୍ବତନ ଏମ୍ପି ବାଳଗୋପାଳ ମିଶ୍ରଙ୍କ ଘର ନିକଟରୁ କେତେକ ଲୋକ ଅଣ୍ଡା ଫିଙ୍ଗିଥିଲେ। ତେବେ ଫିଙ୍ଗା ଯାଇଥିତ୍ବା ଅଣ୍ଡା ମୁଖ୍ୟମନ୍ତ୍ରୀଙ୍କ ଗାଡିରେ ନ ବାଜି କାରକେଡରେ ଥିବା ଗାଡିରେ ବାଜିଥିଲା। ପରେ କେତେକ କାରକେଡ ଗାଡି ଉପରକୁ ଟେକାମାଡ କରାଯାଇଥିଲା। ଏହି ଟେକାମାଡରେ ଗୋଟିଏ ପୋଲିସ ଗାଡି ସମେତ ୪ଟି ଘରୋଇ ଗାଡି କାଚ ଭାଙ୍ଗିଥିଲା।
ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ବେଳେ ଅଣ୍ଡାମାଡ଼ ଘଟଣା: ଅଟକ ବାଳଗୋପାଳଙ୍କ ସମେତ ୧୪ଜଣଙ୍କୁ ଛାଡ଼ିଲା ପୋଲିସ
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

