ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୯।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖତାର ଅବାସ ନକ୍‌ଭୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଚିଠି ଲେଖିଛନ୍ତି। ୨ଟି ପ୍ରସଙ୍ଗରେ ଧର୍ମେନ୍ଦ୍ର ପୃଥକ ପୃଥକ ଚିଠି ଲେଖିଥିବା ଜଣାପଡ଼ିଛି। ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ପ୍ରଧାନମନ୍ତ୍ରୀ ଜନବିକାଶ କାର୍ଯ୍ୟକ୍ରମ ଯୋଜନାରେ ଭଦ୍ରକରେ ଏକ ମେଡିକାଲ କଲେଜ୍‌ ପ୍ରତିଷ୍ଠା ପାଇଁ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରାଳୟକୁ ପ୍ରସ୍ତାବ ଦେବାକୁ ଅନୁରୋଧ କରିଛନ୍ତି। ସେହିପରି ଅନ୍ୟ ଏକ ପୃଥକ ପତ୍ରରେ ନକ୍‌ଭୀଙ୍କୁ ଭୁବନେଶ୍ୱରରେ ସ୍କୁଲ କିମ୍ବା କଲେଜରେ ପାଠ ପଢୁଥିବା ସଂଖ୍ୟାଲଘୁ ଛାତ୍ରୀମାନଙ୍କ ପାଇଁ ଏକ ଛାତ୍ରାବାସ ନିର୍ମାଣ କରିବାକୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ଭଦ୍ରକ ଜିଲାରେ କୌଣସି ଆଞ୍ଚଳିକ ମେଡିକାଲର ସୁବିଧା ନାହିଁ। ଏହି ଜିଲାରେ ମେଡିକାଲ କଲେଜ ନିର୍ମାଣ ହେଲେ ଭଦ୍ରକ ବା ଆଖପାଖରେ ରହୁଥିବା ଲୋକମାନେ ମେଡିକାଲର ସୁବିଧା ପାଇପାରିବେ। ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଜନବିକାଶ କାର୍ଯ୍ୟକ୍ରମ(ପିଏମ୍‌ଜେଭିକେ) ଯୋଜନା ସଂଖ୍ୟାଲଘୁ ମନ୍ତ୍ରଣାଳୟ(ଏମ୍‌ଓଏମ୍‌ଏ) ଦ୍ୱାରା କ୍ରିୟାନ୍ବୟନ କରାଯାଇଛି। ଏହି ଯୋଜନା ଅଧୀନରେ ସ୍ବାସ୍ଥ୍ୟକୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି ା ଭଦ୍ରକରେ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଦରକାରୀ ବୈଧାନିକ ଆବଶ୍ୟକତା ପୂରଣ କରିବା ସହ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟକୁ ଆବେଦନ କରନ୍ତୁ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଏହି ମେଡିକାଲ କଲେଜ ପ୍ରକଳ୍ପ ପାଇଁ ମୂଳଧନର ୬୦ ପ୍ରତିଶତ ଅର୍ଥ ଯୋଗାଇଦେବେ ଓ ରାଜ୍ୟ ସରକାର ମାନବ ସମ୍ବଳ ସମେତ ଅନ୍ୟାନ୍ୟ ଆନୁଷାଙ୍ଗିକ ଖର୍ଚ୍ଚର
ଦାୟିତ୍ୱ ନେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri