Categories: ଜାତୀୟ

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଇସ୍ତଫା ପରେ ସ୍ତ୍ରୀ କହିଲେ ଏମିତି କଥା

ମୁମ୍ବାଇ,୨୭।୧୧: ଯେଉଁଭଳି ନାଟକୀୟ ଢଙ୍ଗରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ସେହିଭଳି ସୁପ୍ରିମକୋର୍ଟଙ୍କ ଆସ୍ଥା ଭୋଟ ନିର୍ଦ୍ଦେଶ ପରେ ଦେବେନ୍ଦ୍ର ଫଡ୍‌ନଭିସ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା-ଏନସିପି ଓ କଂଗ୍ରେସ ସରକାର ଗଠନ କରିବେ। ଉଦ୍ଧବ ଠାକରେ ହିଁ ଏହି ମେଣ୍ଟ ସରକାରରେ ମୁଖ୍ୟମନ୍ତ୍ରୀ ହେବେ। ତେବେ ଫଡ୍‌ନବିସ୍‌ ଇସ୍ତଫା ଦେବା ପରେ ତାଙ୍କ ସ୍ତ୍ରୀ ଅମୃତା ଫଡ୍‌ନଭିସ ଏକ ଭାବପ୍ରବଣ ଟୁଇଟ କରିଛନ୍ତି। ସେ ଟୁଇଟରେ ଏକ ଗଜଲ ପଂକ୍ତି ଲେଖି କହିଛନ୍ତି, ପଲଟ କେ ଆଉଙ୍ଗି ଶାଖୋଁ ପେ ଖୁସବୁଏଁ ଲେକର.. ଖିଜାଁ କି ଜଡ ମେ ହୁଁ ମୌସମ ଜରା ବଦଲେ ନେ ଦୋ..। ଧନ୍ୟବାଦ ମହାରାଷ୍ଟ୍ର, ଅଭୁଲା ପାଞ୍ଚବର୍ଷ ଆପଣମାନେ ମୋତେ ଯେଉଁ ଭଲ ପାଇବା ଦେଇଛନ୍ତି ତାହା ସବୁବେଳେ ମନେ ପଡିବ। ମୁଁ ମୋ ଯୋଗ୍ୟତା ହିସାବରେ କାମ କରିବାକୁ ଚେଷ୍ଟା କରିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବାକୁ ମୋର ଇଚ୍ଛା ଥିଲା। ଫଡନବିସ୍‌ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେବା ପରେ ଅମୃତା ଏହି ଟୁଇଟ୍‌ କରିଛନ୍ତି। ଅମୃତା ଜଣେ ଗଜଲ ଗାୟିକା ଭାବେ ଲୋକପ୍ରିୟତା ଅର୍ଜନ କରିଛନ୍ତି। ନଭେମ୍ବର ୨୩ରେ ପଡନ୍‌ବିସ ଦ୍ୱିତୀୟଥର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅମୃତା ଟୁଇଟ୍‌ କରି ଉଭୟ ଦେବେନ୍ଦ୍ର ଏବଂ ଅଜିତ ପାଓ୍ବାରଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ, ଆପଣମାନେ କରି ଦେଖାଇଲେ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ୭୯ ଘଣ୍ଟା ପରେ ଉଭୟ ଦେବେନ୍ଦ୍ର ଫଡନ୍‌ବିସ ଏବଂ ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ।

Share