Posted inଜାତୀୟ

ମୁଖ୍ୟମନ୍ତ୍ରୀ ଦୌଡ଼ରେ ତୋମର, ଶିବରାଜ, ନରୋତ୍ତମ

ଭୋପାଳ,୨୧।୩: ମଧ୍ୟପ୍ରଦେଶରେ କମଲନାଥ ସରକାର ଭାଙ୍ଗିଯିବା ପରେ ଏବେ ସେଠାରେ ସରକାର ଗଠନକୁ ନେଇ ଲାଗି ରହିଛି ରାଜନୈତିକ ଆଲୋଚନା। ଭାରତୀୟ ଜନତା ପାର୍ଟି(ଭାଜପା)ସରକାର ଗଠନ କରିବାକୁ ନେଇ ପାଗ ଭିଡୁଥିବା ଆଲୋଚନା ହେଉଛି। ଅନୁମାନ କରାଯାଉଛି ଶନିବାର ଭାଜପା ଏହା ଉପରେ କୌଣସି ନିଷ୍ପତ୍ତି ନେଇପାରେ। ଭାଜପା ଯଦି ସରକାର ଗଠନ କରେ ତେବେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ମଧ୍ୟ ସବୁଠାରୁ ବଡ ଆଲୋଚନାର ବିଷୟ ପାଲଟିଛି। କୁହାଯାଉଛି ଏହି ଦୌଡ଼ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଓ ନରୋତ୍ତମ ମିଶ୍ର ସାମିଲ ଅଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ପଦପାଇଁ ଶିବରାଜ ସିଂ ଚୌହାନଙ୍କ ନାଁ ଆଗରେ ଥିବା ବେଳେ ଦଳ ଅନ୍ୟ ବିକଳ୍ପକୁ ନେଇ ମଧ୍ୟ ଚିନ୍ତା କରୁଥିବା କୁହାଯାଉଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଯାହା ପାଇଁ ଆଜି ମଧ୍ୟପ୍ରଦେଶ ସରକାର ଭାଙ୍ଗି ଯାଇଛି ଅର୍ଥାତ୍‌ ଜ୍ୟୋତିରାଦିତ୍ୟ ସିନ୍ଧିଆ କୁଆଡେ ଚାହୁଁଛନ୍ତି ଶିବରାଜ ସିଂ ଚୌହାନ ମୁଖ୍ୟମନ୍ତ୍ରୀ ପଦରେ ବସନ୍ତୁ। କାହାିଁକିନା ଜ୍ୟୋତିରାଦିତ୍ୟ ଚାହୁଁଛନ୍ତି ଗ୍ବାୟାଲିୟର ସମ୍ଭାଲରୁ କେହି ମୁଖ୍ୟମନ୍ତ୍ରୀ ନ ହୁଅନ୍ତୁ। ଆଉ ନରେନ୍ଦ୍ର ସିଂ ତୋମର ଓ ନରୋତ୍ତମ ମିଶ୍ର ସମ୍ଭାଲର ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଏମାନଙ୍କ ନାଁ ପଛରେ ଆସୁଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri