ମୁଖ୍ୟମନ୍ତ୍ରୀ ବିଜେପୁର ଛାଡ଼ିବା ପରେ ଭାଜପାର ସମାଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାବାସୀଙ୍କ ଅନୁରୋଧ ରକ୍ଷାକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନିର୍ବାଚନରେ ବିଜେପୁର ଆସନରୁ ଲଢିଥିଲେ ା ସେ ସେହି ବିଧାନସଭା ନିର୍ବାଚନଣ୍ଡଳୀରୁ ଜିତିଲେ ା ଏଥିସହିତ ତାଙ୍କ ପାରମ୍ପରିକ ହିଞ୍ଜିଳି ଆସନରୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଉଭୟ ଆସନରୁ ବିଜୟୀ ହୋଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାକୁ ଗୁରୁତ୍ୱ ଦେଉଛନ୍ତି ଏବଂ ଅନେକ ଯୋଜନା କରୁଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କାହିଁକି ବିଜେପୁରବାସୀଙ୍କୁ ପ୍ରତ୍ୟାଖାନ କଲେ, ତାହା ଆଶ୍ଚର୍ଯ୍ୟର ବିଷୟ ବୋଲି ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି ା ୨୦୧୮ରେ ବିଜେପୁର ଉପନିର୍ବାଚନ ଏବଂ ବର୍ତ୍ତମାନ ଆସନ୍ନ ଉପନିର୍ବାଚନ ପାଇଁ ପ୍ୟାକେଜ ଘୋଷଣା ନାଁରେ ମୁଖ୍ୟମନ୍ତ୍ରୀ ବିଜେପୁରବାସୀଙ୍କୁ ପ୍ରତାରିତ କରିଛନ୍ତି ା ଗୋଟିଏ ମଧ୍ୟ ପ୍ରତିଶ୍ରୁତି ପାଳନ କରିଲେନାହିଁ ା କେବଳ ଗୋଟିଏ ଘୋଷଣାକୁ ବାରମ୍ବାର କହି ମୁଖ୍ୟମନ୍ତ୍ରୀ ସମଗ୍ର ପଶ୍ଚିମାଞ୍ଚଳବାସୀଙ୍କ ଭାବନା ସହ ଖେଳିଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଜୟନାରାୟଣ ଅଭିଯୋଗ କରିଛନ୍ତି ା
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତାମାନଙ୍କୁ ପ୍ରତିକ୍ରିୟା ଦେଇ ଜୟନାରାୟଣ କହିଛନ୍ତି, ବିଜେପୁରରେ ହେବାକୁ ଥିବା ଉପନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରାଯାଇଛିି। ଏହା ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ପ୍ରତାରଣା। ଗତ ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ବିଜେପୁର ପାଇଁ ଘୋଷଣା କରିଥିବା ପ୍ରକଳ୍ପ ମଧ୍ୟରୁ ଗୋଟିଏ ହେଲେ କାମ ଆରମ୍ଭ କଲେନାହିଁ ା ପୂର୍ବରୁ ବାରମ୍ବାର ମିଥ୍ୟା ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବାରେ ମୁଖ୍ୟମନ୍ତ୍ରୀ ମାହିର। ଏବେ ସେ ବିଜେପୁରରୁ ଲଢ଼ି ଆଉ ମିଥ୍ୟା ପ୍ରତିଶ୍ରୁତି ଦେଇ ବିଜେପୁରବାସୀଙ୍କୁ ଅପମାନିତ କରିଛନ୍ତି। ବର୍ତ୍ତମାନ ଘୋଷଣା ହୋଇଥିବା ପ୍ୟାକେଜରେ ନୂଆ କିଛିନାହିଁ ା କେବଳ ପୁରୁଣା ପ୍ୟାକେଜକୁ ଆଉଥରେ ଘୋଷଣା କରିଛନ୍ତି ା ପୂର୍ବରୁ ଘୋଷିତ ଗଙ୍ଗାଧର ମେହେର ଜଳ ପ୍ରକଳ୍ପ କୁଆଡେ ଗଲା ରାଜ୍ୟ ସରକାର ତାର ଜବାବ୍‌ ରଖନ୍ତୁ ବୋଲି ଜୟନାରାୟଣ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ଏହିସବୁ ଅଞ୍ଚଳରେ ତୈଳ ବିଶୋଧନାଗାର, ଆଇଆଇଏମ୍‌ ଶିକ୍ଷାନୁଷ୍ଠାନ, ବୁର୍ଲାରେ ସୁପର ସ୍ପେଶାଲିଟି ହସ୍ପିଟାଲ ଏବଂ ଝାରସୁଗୁଡାରେ ଏୟାରପୋର୍ଟ ପାଇଁ ପଦକ୍ଷେପ ନେଇଛନ୍ତି। କିନ୍ତୁ ରାଜ୍ୟ ସରକାର ଏପର୍ଯ୍ୟନ୍ତ ଗୋଟିଏ ହେଲେ ଜନହିତକର ପଦକ୍ଷେପ ନେଇନାହାନ୍ତି। ଯେଉଁଥିରେ ପଶ୍ଚିମ ଓଡ଼ିଶାବାସୀ ଖୁସି ହେବେ। କେବଳ ପ୍ୟାକେଜ ଘୋଷଣା କରି ବିଜେପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରତାରଣା କରିବେ। ଆଗାମୀ ଦିନରେ ଏଭଳି ପ୍ରତାରଣାର ଜବାବ ବିଜେପୁରବାସୀ ନିଶ୍ଚିତ ଦେବେ ବୋଲି ଜୟନାରାୟଣ କହିଛନ୍ତି।
ଜୟନାରାୟଣଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜେଡି ନେତା ନବ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ଛାଡ଼ି ନାହାନ୍ତି ବରଂ ବିଜେପୁରବାସୀଙ୍କ ସବୁ ଦାୟିତ୍ୱ ନେଲେ। ପୂର୍ବରୁ ଯାହା ପ୍ରତିଶ୍ରୁତି ଦିଆଯାଇଥିଲା ଏବଂ ଏବେ ଯେଉଁ ଘୋଷଣା କରିଛନ୍ତି ସେସବୁର ସମୀକ୍ଷା କରି କାର୍ଯ୍ୟ କରିବେ। ଯେହେତୁ ୨ଟି ଆସନ ରଖିହେବନି ସେଥିଲାଗି ଗୋଟିଏ ଆସନ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ବିଜେପୁରରେ ବିକାଶମୂଳକ କାର୍ଯ୍ୟ ହେବ ବୋଲି ପଶ୍ଚିମ ଓଡ଼ିଶା ଲୋକ ବିଶ୍ୱାସ କରିଛନ୍ତି। କାହାକୁ ରୋକିବା ଲାଗି ମୁଖ୍ୟମନ୍ତ୍ରୀ ବିଜେପୁର ଆସନରୁ ନିର୍ବାଚନ ଲଢି ନ ଥିଲେ। ଆମମାନଙ୍କ ଅନୁରୋଧ ରକ୍ଷା କରି ଲଢିଥିଲେ। ଆଗକୁ ତାଙ୍କ ନିଷ୍ପତ୍ତି ଯାହା ହେବ ଆମେମାନେ ମାନିବୁ। ଯାହାକୁ ସେ ପ୍ରାର୍ଥୀ କରିବେ ସେ ନିଶ୍ଚିତ ଜିତିବେ ବୋଲି ନବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri