ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ

ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ ପୂର୍ବକ ସ୍ବାଗତ କରିଥିଲେ। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ଜିଲାର ନବ ନିର୍ବାଚିତ ବିଜେଡି ବିଧାୟକମାନେ ସାମିଲ ଥିଲେ।

ପ୍ରକାଶଯୋଗ୍ୟ, ବୁଧବାର ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ଲାଗି ବ୍ୟାପକ ପ୍ରସ୍ତୁତି କରାଯାଉଛି। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳ, ଶିକ୍ଷକ ସଂଗଠନ, ମହିଳା ସ୍ବୟଂସହାୟକ ସଂସ୍ଥା, କୃଷକ ସଂଗଠନଗୁଡ଼ିକୁ ଯୋଗଦେବା ଲାଗି ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri