Posted inରାଜ୍ୟ

‘ମୁଖ୍ୟମନ୍ତ୍ରୀ ମଣ୍ଡିକୁ ଯାଇ ବାସ୍ତବ ସ୍ଥିତି ପରଖନ୍ତୁ’

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ରାଜ୍ୟ ସରକାର ଚାଷୀମାନଙ୍କର ଆର୍ଥିକ ସଶକ୍ତୀକରଣ ପ୍ରସଙ୍ଗରେ କୁମ୍ଭୀରକାନ୍ଦଣା ଛଡ଼ା ଅନ୍ୟ କୌଣସି ଆଖିଦୃଶିଆ ପଦକ୍ଷେପ ନେଇନାହାନ୍ତି। ଓଡ଼ିଶାରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରସଙ୍ଗରେ ରାଜ୍ୟ ସରକାର ନିଜ ମୁଣ୍ଡରୁ ଦାୟିତ୍ୱ ହଟାଇ କେବଳ ଦାୟିତ୍ୱହୀନ ମନ୍ତବ୍ୟ ଦେଇ କର୍ତ୍ତବ୍ୟ ଶେଷ କରିଦେଇଛନ୍ତି। ଓଡ଼ିଶା ସରକାର କ୍ୟାବିନେଟ୍‌ ବୈଠକ ଜରିଆରେ ଧାନର ଏମ୍‌ଏସ୍‌ପି ୨ଗୁଣ ବର୍ଦ୍ଧିତ କରିବା ପାଇଁ ସଂକଳ୍ପ ନେବା ଓ କେନ୍ଦ୍ରକୁ ଚିଠି ଲେଖିବା ଶାସକ ଦଳର ଆଉ ଏକ ଭାଣ୍ଡାମି ବୋଲି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି।
ମଣ୍ଡି ଜରିଆରେ ଚାଷୀମାନେ ଧାନ ବିକ୍ରି କରୁଛନ୍ତି। କେନ୍ଦ୍ର ସରକାର ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୧୮୬୮ ଟଙ୍କା ରାଜ୍ୟକୁ ପଠାଉଛନ୍ତି। କିନ୍ତୁ ଦୁର୍ଭାଗ୍ୟର ବିଷୟ, ମଣ୍ଡିଗୁଡ଼ିକରେ ଧାନ ପ୍ରତି କୁଇଣ୍ଟାଲ ପିଛା ୬/୮ କେ.ଜି. କଟ୍‌ନିଛଟ୍‌ନି କରାଯାଇ ଚାଷୀମାନଙ୍କୁ ଶୋଷଣ କରାଯାଉଛି। ଟୋକନ୍‌ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ଯୋଗୁ ଛୋଟ ଓ ମଧ୍ୟମ ବର୍ଗ ଚାଷୀମାନେ ମାତ୍ର ୧୨୦୦ରୁ ୧୪୦୦ ଟଙ୍କାରେ ମଧ୍ୟସ୍ଥମାନଙ୍କୁ ଧାନ ବିକ୍ରି କରୁଛନ୍ତି ବୋଲି ସେ କହିଛନ୍ତି। ୭୦% କୃଷକମାନଙ୍କ ଭୋଟରେ ମୁଖ୍ୟମନ୍ତ୍ରୀ ଚୌକିରେ ବସିଥିବା ନବୀନବାବୁ ଓଡ଼ିଶାର ମଣ୍ଡି ବ୍ୟବସ୍ଥାକୁ କାହିଁକି ସମୀକ୍ଷା କରୁନାହାନ୍ତି। ଯଦି ବାସ୍ତବରେ ମୁଖ୍ୟମନ୍ତ୍ରୀଙ୍କ ଚାଷୀମାନଙ୍କ ପ୍ରତି ଦରଦ ଥିବ, ତା’ହେଲେ ଯେକୌଣସି ଏକ ମଣ୍ଡିକୁ ଯାଇ କୃଷକମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୁଅନ୍ତୁ ବୋଲି ପୁରୋହିତ ଆହ୍ବାନ ଦେଇଛନ୍ତି। ଛତିଶଗଡ଼, ମଧ୍ୟପ୍ରଦେଶ ଭଳି ଅନ୍ୟ ରାଜ୍ୟ ନିଜସ୍ବ ପାଣ୍ଠିରୁ ଚାଷୀମାନଙ୍କୁ ବୋନସ୍‌ ପ୍ରଦାନ କରୁଛନ୍ତି। ୨୦୧୫ ନଭେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲା ସୋହେଲା ଚାଷୀ ସମାବେଶରେ ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କାର ବୋନସ ଘୋଷଣା କରିଥିଲେ। ଆଜି ପର୍ଯ୍ୟନ୍ତ ତାହା କାହିଁକି କାର୍ଯ୍ୟକାରୀ କରାଗଲା ନାହିଁ ବୋଲି ପୁରୋହିତ ପ୍ରଶ୍ନ କରିଛନ୍ତି। ଏପରିକି କୃଷି କ୍ଷେତ୍ରର ବିକାଶ ପାଇଁ (ଜଳସେଚନ) ୩୫ ହଜାର କୋଟି ଟଙ୍କା ୫ ବର୍ଷ ଭିତରେ ଖର୍ଚ୍ଚ କରାଯିବ ବୋଲି ଘୋଷଣା କରିଥିଲେ ହେଁ ଏ ପର୍ଯ୍ୟନ୍ତ ଟଙ୍କାଟିଏ ଖର୍ଚ୍ଚ ହୋଇନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri