Posted inରାଜ୍ୟ

‘ମୁଖ୍ୟମନ୍ତ୍ରୀ ମଣ୍ଡିକୁ ଯାଇ ବାସ୍ତବ ସ୍ଥିତି ପରଖନ୍ତୁ’

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ରାଜ୍ୟ ସରକାର ଚାଷୀମାନଙ୍କର ଆର୍ଥିକ ସଶକ୍ତୀକରଣ ପ୍ରସଙ୍ଗରେ କୁମ୍ଭୀରକାନ୍ଦଣା ଛଡ଼ା ଅନ୍ୟ କୌଣସି ଆଖିଦୃଶିଆ ପଦକ୍ଷେପ ନେଇନାହାନ୍ତି। ଓଡ଼ିଶାରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରସଙ୍ଗରେ ରାଜ୍ୟ ସରକାର ନିଜ ମୁଣ୍ଡରୁ ଦାୟିତ୍ୱ ହଟାଇ କେବଳ ଦାୟିତ୍ୱହୀନ ମନ୍ତବ୍ୟ ଦେଇ କର୍ତ୍ତବ୍ୟ ଶେଷ କରିଦେଇଛନ୍ତି। ଓଡ଼ିଶା ସରକାର କ୍ୟାବିନେଟ୍‌ ବୈଠକ ଜରିଆରେ ଧାନର ଏମ୍‌ଏସ୍‌ପି ୨ଗୁଣ ବର୍ଦ୍ଧିତ କରିବା ପାଇଁ ସଂକଳ୍ପ ନେବା ଓ କେନ୍ଦ୍ରକୁ ଚିଠି ଲେଖିବା ଶାସକ ଦଳର ଆଉ ଏକ ଭାଣ୍ଡାମି ବୋଲି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି।
ମଣ୍ଡି ଜରିଆରେ ଚାଷୀମାନେ ଧାନ ବିକ୍ରି କରୁଛନ୍ତି। କେନ୍ଦ୍ର ସରକାର ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପ୍ରତି ୧୮୬୮ ଟଙ୍କା ରାଜ୍ୟକୁ ପଠାଉଛନ୍ତି। କିନ୍ତୁ ଦୁର୍ଭାଗ୍ୟର ବିଷୟ, ମଣ୍ଡିଗୁଡ଼ିକରେ ଧାନ ପ୍ରତି କୁଇଣ୍ଟାଲ ପିଛା ୬/୮ କେ.ଜି. କଟ୍‌ନିଛଟ୍‌ନି କରାଯାଇ ଚାଷୀମାନଙ୍କୁ ଶୋଷଣ କରାଯାଉଛି। ଟୋକନ୍‌ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ଯୋଗୁ ଛୋଟ ଓ ମଧ୍ୟମ ବର୍ଗ ଚାଷୀମାନେ ମାତ୍ର ୧୨୦୦ରୁ ୧୪୦୦ ଟଙ୍କାରେ ମଧ୍ୟସ୍ଥମାନଙ୍କୁ ଧାନ ବିକ୍ରି କରୁଛନ୍ତି ବୋଲି ସେ କହିଛନ୍ତି। ୭୦% କୃଷକମାନଙ୍କ ଭୋଟରେ ମୁଖ୍ୟମନ୍ତ୍ରୀ ଚୌକିରେ ବସିଥିବା ନବୀନବାବୁ ଓଡ଼ିଶାର ମଣ୍ଡି ବ୍ୟବସ୍ଥାକୁ କାହିଁକି ସମୀକ୍ଷା କରୁନାହାନ୍ତି। ଯଦି ବାସ୍ତବରେ ମୁଖ୍ୟମନ୍ତ୍ରୀଙ୍କ ଚାଷୀମାନଙ୍କ ପ୍ରତି ଦରଦ ଥିବ, ତା’ହେଲେ ଯେକୌଣସି ଏକ ମଣ୍ଡିକୁ ଯାଇ କୃଷକମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୁଅନ୍ତୁ ବୋଲି ପୁରୋହିତ ଆହ୍ବାନ ଦେଇଛନ୍ତି। ଛତିଶଗଡ଼, ମଧ୍ୟପ୍ରଦେଶ ଭଳି ଅନ୍ୟ ରାଜ୍ୟ ନିଜସ୍ବ ପାଣ୍ଠିରୁ ଚାଷୀମାନଙ୍କୁ ବୋନସ୍‌ ପ୍ରଦାନ କରୁଛନ୍ତି। ୨୦୧୫ ନଭେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲା ସୋହେଲା ଚାଷୀ ସମାବେଶରେ ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କାର ବୋନସ ଘୋଷଣା କରିଥିଲେ। ଆଜି ପର୍ଯ୍ୟନ୍ତ ତାହା କାହିଁକି କାର୍ଯ୍ୟକାରୀ କରାଗଲା ନାହିଁ ବୋଲି ପୁରୋହିତ ପ୍ରଶ୍ନ କରିଛନ୍ତି। ଏପରିକି କୃଷି କ୍ଷେତ୍ରର ବିକାଶ ପାଇଁ (ଜଳସେଚନ) ୩୫ ହଜାର କୋଟି ଟଙ୍କା ୫ ବର୍ଷ ଭିତରେ ଖର୍ଚ୍ଚ କରାଯିବ ବୋଲି ଘୋଷଣା କରିଥିଲେ ହେଁ ଏ ପର୍ଯ୍ୟନ୍ତ ଟଙ୍କାଟିଏ ଖର୍ଚ୍ଚ ହୋଇନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?