ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ଲବ କୁମାର ଅଗ୍ରୱାଲ ନିଜ ଦିବ୍ୟାଙ୍ଗ ଭତ୍ତା ଟଙ୍କାରୁ ୩ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଉପଜିଲାପାଳଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଘନଶ୍ୟାମ ମେହେର ୧ଲକ୍ଷ ଟଙ୍କା, ମେହେର ଯୁବ ପରିଷଦ ପାଟଣାଗଡ ୫୧ହଜାର ଟଙ୍କା, ଜୟ ମାଁ ସ୍ବୟଂ ସହାୟକ ଗୋଷ୍ଠୀ ୫୧୦୦, ଗଜବାହିନୀ ମହିଳା ସଂଘ ଲାଠୋର ୧୧ ହଜାର, ନବଦୁର୍ଗା ପୂଜା କମିଟି ପାଟଣାଗଡ ୫୧ ହଜାର, ବଣିକ ସଂଘ ପାଟଣାଗଡ ୬୧୧୧୧ ଟଙ୍କା, ସରପଞ୍ଚ ସଂଘ ପାଟଣାଗଡ ୬୦ ହଜାର ଟଙ୍କା, ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଉପାଧ୍ୟକ୍ଷ ଏବଂ ସମିତି ସଭ୍ୟଙ୍କ ଗୋଟିଏ ମାସର ଦରମା ୫୭୩୪୦ ଟଙ୍କା, ସନ୍ତୋଷୀ ସ୍ବୟଂ ସହାୟକ ଗୋଷ୍ଠୀ କେନ୍ଦୁମୁଣ୍ଡି ୫୦ ହଜାର ଟଙ୍କା, ଅସଲମ୍‌ କଟନ ମିଲ, ରାଧାରମଣ କଟନ ମିଲ, ମନସାମାତା କଟନ ମିଲ, ମା ଜିନିଂ କଟନ ମିଲ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ପାଟଣାଗଡର କାଳିଦାଶ ମିଶ୍ର ୧୦ ହଜାର, ରମେଶ ପୁରୋହିତ ୫୦ହଜାର, ପଞ୍ଚାୟତ ଡିଗ୍ରୀ କଲେଜ ଲାଠୋର ୨୧ ହଜାର, କୋଶଲ ନଗର ପାଟଣାଗଡର ମହିଳାମାନେ ୧୦୯୫୦ ଟଙ୍କା ପ୍ରଦାନ କରିଥିବା ପାଟଣାଗଡ ଉପଜିଲାପାଳ ସୋମନାଥ ପ୍ରଧାନ ସୂଚନା ଦେଇଛନ୍ତି। ଏଭଳି ସଂକଟ ପରିସ୍ଥିତିରେ ସରକାରଙ୍କୁ ସାହାଯ୍ୟ କରିବା ପ୍ରତ୍ୟେକ ନାଗରିକର ଗୁରୁ ଦାୟିତ୍ୱ ଏବଂ ପ୍ରଶାସନ ସହିତ ହାତ ମିଳାଇ କରୋନା ମୁକାବିଲାରେ ସାମିଲ ହେବାକୁ ଉପଜିଲାପାଳ ପ୍ରଧାନ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri