ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ ନିମ୍ନମାନର

ବଇଣ୍ଡା, ୧୨ା୩(ଡି.ଏନ.ଏ.) ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳକୁ ଗମନାଗମନ ସୁବିଧା ପାଇଁ ସରକାର ପକ୍କା ରାସ୍ତା ନିର୍ମାଣର ଯୋଜନା କରିଥିଲେ ହେଁ କେତେଜଣ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ଯୋଗୁ ଲୋକେ ଏହାର ସୁଫଳ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ପୀତାବଳିବାହାଳ ଛକ(କନ୍ତପଡା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ପକ୍କାରାସ୍ତା ନିମ୍ନମାନର ବୋଲି ଅଭିଯୋଗ ହୋଇଛି। ବୁଧବାର ଏ ନେଇ ଗୋପୀନାଥପୁର ଗ୍ରାମଠାରେ ପୀତାବଳିବାହାଳ, ବିପ୍ରଡିହ, କେଞ୍ଚୁଆନାଳୀ, ଗୋପୀନାଥପୁର ଆଦି ୪ ଗ୍ରାମବାସୀଙ୍କୁ ନେଇ ଏକ ବୈଠକ ବସିବା ପରେ ଜିଲାପାଳଙ୍କଠାରେ ଅଭିଯୋଗ କରାଯାଇଛି। ଅଭିଯୋଗପତ୍ରର ନକଲ ଗ୍ରାମ୍ୟ ନିର୍ମାଣ ଉନ୍ନୟନ ବିଭାଗ ମନ୍ତ୍ରୀ ଓ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ପଠାଯାଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ପୀତାବଳିବାହାଳ ଛକ(କନ୍ତପଡା)ଠାରୁ ବିପ୍ରଡିହ ୧୨ କିମି ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନରେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିପାଇଁ ୭ କୋଟି ୯୯ ଲକ୍ଷ ଟଙ୍କା ଅଟକଳ ହୋଇଛି। ୧୮ ଜାନୁୟାରୀ ୨୦୨୦ ସୁଦ୍ଧା ନିର୍ମାଣ ସରିବାକୁ ଧାର୍ଯ୍ୟ ହୋଇଥିଲେ ହେଁ ଏ ପର୍ଯ୍ୟନ୍ତ କାମର ୫୦ ପ୍ରତିଶତ ମଧ୍ୟ ଶେଷ ହୋଇନାହିଁ। ଏଥିସହ ରାସ୍ତା ନିର୍ମାଣ ନିମ୍ନମାନର କରାଯାଉଛି। ଠିକ୍‌ ଭାବେ ମେଟାଲ ପକାଯାଉ ନ ଥିବାବେଳେ ଜଙ୍ଗଲରୁ ବେଆଇନ ଭାବେ ମାଟି ମୋରମ ପକାଯାଇ ଏହାକୁ ସମତଳ କରାଯାଉଛି। କ୍ରଶର ଗୁଣ୍ଡ ସହ ମେଟାଲ ମିଶାଯାଉ ନ ଥିବାବେଳେ ବଡ ବଡ ମେଟାଲ ସହ ମୋରମ ପକାଯାଉଛି। ସେହିପରି ଗୋପୀନାଥପୁର ନାଳ ନିକଟରେ ଏକ ପୋଲ ନିର୍ମାଣ ହୋଇଥିବାବେଳେ ଆବଶ୍ୟକ ପରିମାଣର ରଡ୍‌ ଲଗାଯାଇନାହିଁ। ସାଇଡ ଓ୍ବାଲ ମଧ୍ୟ ତିଆରି କରାଯାଇ ନ ଥିବାରୁ କିଛି ଦିନ ପୂର୍ବେ ବର୍ଷାରେ ରାସ୍ତା ଧୋଇଯାଇଛି। ବିଭାଗୀୟ ଅଧିକାରୀ ତଦାରଖ କରୁ ନ ଥିବାରୁ ଠିକାଦାର ମନଇଚ୍ଛା କାମ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଗତ ମାସ ୫ ତାରିଖରେ ବିଭାଗୀୟ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିତ୍ଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ସେମାନେ ପ୍ରକାଶ କରିଛନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟିଦେଇ ଭିଜିଲାନ୍ସ ତଦନ୍ତ କରିବାକୁ ଗୋପୀନାଥପୁର ଗ୍ରାମର ପ୍ରଦୀପ କୁମାର ପ୍ରଧାନ, ଗୁରୁଚରଣ ପ୍ରଧାନ, ଅଜିତ କୁମାର ପ୍ରଧାନ, ଅଶ୍ୱିନୀ କୁମାର ପ୍ରଧାନ, ବାବାଜୀ ବେହେରା, ନବକୃଷ୍ଣ ସାହୁ ପ୍ରମୁଖ ଦାବି କରିଛନ୍ତି।
ଏ ସମ୍ପର୍କରେ ବଇଣ୍ଡା ଗ୍ରାମ୍ୟ ନିର୍ମାଣ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆ କୁହନ୍ତି, ରାସ୍ତା କାମ ନିମ୍ନମାନର ହୋଇନାହିଁ। ଯଦି ରାସ୍ତା ଧୋଇ ହୋଇଯାଇଥିବ ଏହାର ମରାମତି କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri