ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌ କରାଯାଇଛି। ଏହି ରାସ୍ତାରେ ୨ ଚକିଆ ଯାନ ପାର୍କିଂ କରିହେବ। କିନ୍ତୁ ଚାରି ଓ ତିନି ଚକିଆ ଗାଡ଼ି ସବୁ ତହସିଲ ଅଫିସରୁ ଜଗତ ଜନନୀ ଛକ ଭିତରେ ପାର୍କିଂ କରାଯିବ। କୌଣସି ଗାଡ଼ିକୁ ଅଧିକ ସମୟ ପାର୍କିଂ କରିବାକୁ ଦିଆଯିବ ନାହିଁ। ସକାଳ ୮ରୁ ଅପରାହ୍ନ ୨ଟା ଓ ଦିନ ୪ରୁ ରାତି ୧୦ଟା ଭିତରେ କମର୍ସିଆଲ ଗାଡ଼ି ମୁଖ୍ୟରାସ୍ତାରେ ପଶିପାରିବେ ନାହିଁ। ପ୍ରତ୍ୟେକ ଦିନ ପୋଲିସ ପାଟ୍ରୋଲିଂ ଗାଡ଼ି ଏହାର ଯାଞ୍ଚ କରିବ ଓ ନିୟମ ଉଲ୍ଲଂଘନ ହେଲେ ଆଇନ ଅନୁଯାୟୀ ଜରିମାନା ଆଦାୟ କରାଯିବ। ସେହିପରି ଏମ୍‌ଜି ରୋଡରେ ମଧ୍ୟ ନୋ ଓ୍ବେ ଘୋଷଣା କରାଯାଇଛି। ସେଠାକୁ ୩ ଓ ୪ ଚକିଆ ଯାନ ପଶିପାରିବ ନାହିଁ। କେବଳ ବାଇକ୍‌ ହିଁ ଚଳପ୍ରଚଳ କରିବ। ସ୍କୁଲ ଛୁଟି ସମୟରେ ରାସ୍ତା ଜାମ ହେବା ସହ ଟ୍ରାଫିକ ସମସ୍ୟା ଦେଖାଯାଉଛି। ଏହା ସହ ଅଟୋବାଲା ଅନାବଶ୍ୟକ ବ୍ଲକେଜ କରୁଛନ୍ତି, ତାହାକୁ ମଧ୍ୟ ରୋକିବ ପୋଲିସ। ଏସବୁ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ଲୋକଙ୍କୁ ସଚେତନ କରାଯାଇଛି ବୋଲି ଟାଉନ ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri