ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌ କରାଯାଇଛି। ଏହି ରାସ୍ତାରେ ୨ ଚକିଆ ଯାନ ପାର୍କିଂ କରିହେବ। କିନ୍ତୁ ଚାରି ଓ ତିନି ଚକିଆ ଗାଡ଼ି ସବୁ ତହସିଲ ଅଫିସରୁ ଜଗତ ଜନନୀ ଛକ ଭିତରେ ପାର୍କିଂ କରାଯିବ। କୌଣସି ଗାଡ଼ିକୁ ଅଧିକ ସମୟ ପାର୍କିଂ କରିବାକୁ ଦିଆଯିବ ନାହିଁ। ସକାଳ ୮ରୁ ଅପରାହ୍ନ ୨ଟା ଓ ଦିନ ୪ରୁ ରାତି ୧୦ଟା ଭିତରେ କମର୍ସିଆଲ ଗାଡ଼ି ମୁଖ୍ୟରାସ୍ତାରେ ପଶିପାରିବେ ନାହିଁ। ପ୍ରତ୍ୟେକ ଦିନ ପୋଲିସ ପାଟ୍ରୋଲିଂ ଗାଡ଼ି ଏହାର ଯାଞ୍ଚ କରିବ ଓ ନିୟମ ଉଲ୍ଲଂଘନ ହେଲେ ଆଇନ ଅନୁଯାୟୀ ଜରିମାନା ଆଦାୟ କରାଯିବ। ସେହିପରି ଏମ୍‌ଜି ରୋଡରେ ମଧ୍ୟ ନୋ ଓ୍ବେ ଘୋଷଣା କରାଯାଇଛି। ସେଠାକୁ ୩ ଓ ୪ ଚକିଆ ଯାନ ପଶିପାରିବ ନାହିଁ। କେବଳ ବାଇକ୍‌ ହିଁ ଚଳପ୍ରଚଳ କରିବ। ସ୍କୁଲ ଛୁଟି ସମୟରେ ରାସ୍ତା ଜାମ ହେବା ସହ ଟ୍ରାଫିକ ସମସ୍ୟା ଦେଖାଯାଉଛି। ଏହା ସହ ଅଟୋବାଲା ଅନାବଶ୍ୟକ ବ୍ଲକେଜ କରୁଛନ୍ତି, ତାହାକୁ ମଧ୍ୟ ରୋକିବ ପୋଲିସ। ଏସବୁ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ଲୋକଙ୍କୁ ସଚେତନ କରାଯାଇଛି ବୋଲି ଟାଉନ ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri