ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ ଠାରୁ ଜବରଦସ୍ତି ଦସ୍ତଖତ ରଖିଥିବା ସେମାନେ ଅଭିଯୋଗ କରିଛନ୍ତି।
ଅଭିଯୋଗରୁ ପ୍ରକାଶ ଯେ, ତାଳଚେର କଲିୟରୀ ଥାନା ଘଣ୍ଟପଡ଼ା ଗ୍ରାମର ରଞ୍ଜିତ ସାହୁ(୪୫) ଗତ ୧୧ ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ତାଙ୍କ ଦେଖାଶୁଣା କରିବାକୁ ସ୍ତ୍ରୀ ନିରୁପମା ସାହୁ ମେଡିକାଲରେ ରହୁଥିଲେ। କିନ୍ତୁ ଶୁକ୍ରବାର ରାତି ସାଢ଼େ ୧୦ଟାରେ ନିରୁପମା ଶୌଚ ପାଇଁ ଯାଇଥିବାବେଳେ ରଞ୍ଜିତ ଡାକ୍ତରଖାନା ବେଡରୁ ଉଠି କେଉଁଆଡ଼େ ଚାଲିଯାଇଥିଲେ। ଏ ନେଇ ନିରୁପମା ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରି ନ ଥିଲେ। ରାତିରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପରିବାର ଲୋକେ ନିରାଶ ହୋଇଥିବା ବେଳେ ରଞ୍ଜିତଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ମେଡିକାଲ କର୍ତ୍ତୃପକ୍ଷ କହିବାରୁ ଶନିବାର ପୂର୍ବାହ୍ନରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରିସ୍ଥିତି ଜଟିଳ ହେଉଥିବା ଦେଖି ୱାର୍ଡରେ କାର୍ଯ୍ୟରତ ନର୍ସ ଓ ସୁରକ୍ଷାକର୍ମୀ କାହାରି ନିକଟରେ ଅଭିଯୋଗ କରନାହିଁ ରୋଗୀଙ୍କୁ ଆମେ ଖୋଜିଆଣି ଦେବୁ ବୋଲି ଆଶ୍ୱାସନା ଦେଇଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ଭାରପ୍ରାପ୍ତ ସିଡିଏମ୍‌ଓ ପ୍ରତାପ କୁମାର ବେହେରା ପହଞ୍ଚି ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ଏଡିଏମ୍‌ଓ(ମେଡିକାଲ) ଶ୍ୟାମ ପ୍ରସାଦ ଦାସଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଦୋଷୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍‌ଓ ବେହେରା କହିଛନ୍ତି। ଅନ୍ୟପକ୍ଷରେ ମେଡିକାଲରୁ ଗାଏବ ହୋଇଥିବା ରୋଗୀଙ୍କ ପୁତୁରା ନିରଞ୍ଜନ ସାହୁ ଲିଖିତ ଅଭିଯୋଗ କରିବା ସହ ଏଡିଏମ୍‌ଓ(ମେଡିକାଲ) ମଧ୍ୟ ମେଡିକାଲରୁ ରୋଗୀ ଗାଏବ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ତେବେ ଗାଏବ ହୋଇଯାଇଥିବା ରୋଗୀଙ୍କୁ ସ୍ଥାନୀୟ ଲୋକେ ଆଙ୍କୁଲାରୁ ଉଦ୍ଧାର କରିବା ଖବରପାଇ ଆମ୍ବୁଲାନ୍ସ ଯୋଗେ ମେଡିକାଲ ଅଣାଯାଇଥିବା କର୍ତ୍ତୃପକ୍ଷ ରାତିରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ମଧ୍ୟ ମେଡିକାଲରୁ ରୋଗୀ ଗାଏବ ପରି ଘଟଣା ଘଟିଥିଲା ଓ ଅବହେଳା ପାଇଁ ଦୁଇଜଣ ନର୍ସଙ୍କୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri