ମୁଖ୍ୟ ଚିକିତ୍ସାଳୟରେ ସୁଧୁରୁନି ସ୍ବାସ୍ଥ୍ୟସେବା: ଫନୀ ପରଠାରୁ ଲିଫ୍ଟ ଅଚଳ, ନିୟମିତ ହେଉନି ସଫେଇ

ପୁରୀ ଅଫିସ,୧୯ା୧: ମୋ ସରକାର ଯୋଜନାରେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ମାତ୍ର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଏହାର କୌଣସି ପ୍ରଭାବ ପଡୁ ନ ଥିବା ଜଣାପଡ଼ିଛି। ରୋଗୀ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ବିଭାଗରେ ଅବହେଳା ଏଭଳି ବିଭିନ୍ନ ସମସ୍ୟାକୁ ନେଇ ଦିନକୁ ଦିନ ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଏପରିକି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗୀୟ ସଚିବ ବାରମ୍ବାର ଗସ୍ତରେ ଆସି ଅଧିକାରୀମାନଙ୍କୁ ତାଗିଦ ମଧ୍ୟ କରିଥିଲେ। ତଥାପି ସ୍ବାସ୍ଥ୍ୟାବସ୍ଥାର ଉନ୍ନତିର କୌଣସି ସୁଧାର ଆସିନାହିଁ।

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୈନିକ ଶତାଧିକ ରୋଗୀ ଆସିଥାଆନ୍ତି। କିନ୍ତୁ ଆରମ୍ଭରୁ ହିଁ ରୋଗୀଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ସ୍ବାସ୍ଥ୍ୟ ପରୀକ୍ଷଣ ଲାଗି ଘଣ୍ଟା ଘଣ୍ଟା ଧରି ଟିକେଟ କାଉଣ୍ଟରରେ ଅପେକ୍ଷାଠାରୁ ଓପିଡିରେ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡ଼ୁଛି। ଟିକେଟ କାଉଣ୍ଟର ବୃଦ୍ଧି କରିବା, ଓପିଡିର ଆଶୁ ଚିକିତ୍ସା କେନ୍ଦ୍ର ୪ରୁ ୧୦ଶଯ୍ୟା ଲାଗି ଦାବି ସତ୍ତ୍ୱେ କାର୍ଯ୍ୟକାରୀ କରାଯାଉ ନାହିଁ। ଅନ୍ୟପଟେ ଡିଏଚ୍‌ଏଚ୍‌ରେ ହାଇ ଆଣ୍ଡ ପାଥୋଲାବ ବ୍ୟବସ୍ଥା ରହିିଛି। କିନ୍ତୁ ନିଦାନ ଲାଗି ଆସୁଥିବା ରୋଗୀ ରକ୍ତ ପରୀକ୍ଷା ଏବଂ ରିପୋର୍ଟ ନେବା ଲାଗି ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି। ଅନେକ ସମୟରେ ନିଦାନ କେନ୍ଦ୍ରରେ କର୍ମଚାରୀ ଠିକ୍‌ ସମୟରେ ଆସୁ ନ ଥିବା ଅଭିଯୋଗ ହେଉଛି। ସେହିଭିଳି ନିୟମିତ ୱାର୍ଡ ଶୌଚାଳୟ ସଫେଇ ନ ହେଉଥିବାରୁ ଯିବାଆସିବାବେଳେ ଦୁର୍ଗନ୍ଧରେ ନାକ ଫାଟିପଡୁଛି। ରୋଗୀଙ୍କ ଚିକିତ୍ସାରେ ଅବହେଳା ନେଇ କ୍ରମାଗତ ଭାବେ ସୋସିଆଲ ମିଡିଆରେ ଫଟୋ, ଭିଡିଓ ଭାଇରାଲ ହେଉଛି। କିଛିଦିନ ତଳେ ମେଡିସିନ୍‌ ୱାର୍ଡରେ ଡ୍ୟୁଟି କର୍ମଚାରୀ ଅନୁପସ୍ଥିତ ଥିବା ଏବଂ ଡାକ୍ତରଙ୍କ ସିଟ୍‌ରେ ରୋଗୀ ବିଶ୍ରାମ ନେଉଥିବା ଭିଡିଓ ଭାଇରାଲ ହୋଇଥିଲା। ମେଡିକାଲରେ ଲୋ-ଭୋଲଟେଜ, ପିଇବାପାଣି ସମସ୍ୟା, ନିରାମୟ କେନ୍ଦ୍ରରେ ସମସ୍ତ ଔଷଧ ନ ରହିବା ଯୋଗୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ସାତମହଲା ବିଶିଷ୍ଟ ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ରରେ ଥିବା ୨ଟି ଲିଫ୍ଟରୁ ଗୋଟିଏ ଲିଫ୍ଟ ଗତ ବାତ୍ୟା ଫନୀ ପରଠାରୁ ବନ୍ଦ ହୋଇପଡ଼ିଛି। ଲିଫ୍ଟ ଅଚଳ ଯୋଗୁ ସିଜରିଆନ ମହିଳା ଶିଡ଼ି ଚଢି ବହୁ କଷ୍ଟରେ ଯାତାୟାତ କରୁଛନ୍ତି। ଶବ ବ୍ୟବଚ୍ଛେଦ ଗୃହରେ ଥିବା ଫିଜର ୫ମାସ ହେଲା ଅଚଳ ହୋଇରହିଛି। ସେହିଭଳି ମେଡିକାଲରେ ପାର୍କିଂ ସୁବିଧା ନ ଥିବାରୁ ଓପିଡି ଆଗରେ ଶହ ଶହ ବାଇକ୍‌ ସକାଳଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ରହୁଛି। ଫଳରେ ରୋଗୀଙ୍କ ଯାତାୟାତରେ ଅସୁବିଧା ହେଉଛି। ଗତ ଶୁକ୍ରବାର ରୋଗୀ କଲ୍ୟାଣ ସମିତିରେ ମେଡିକାଲର ଭିତ୍ତିଭୂମି ପ୍ରତି ଗୁରୁତ୍ୱାରୋପ କରାଯାଇଥିଲା। ପ୍ରତିବର୍ଷ ଆର୍‌କେଏସ ଓ ଜିକେଏସ୍‌ ବୈଠକ, ଆଲୋଚନା ହେଉଥିଲେ ମଧ୍ୟ କାର୍ଯ୍ୟକାରୀ ଠିକ ରୂପେ ହୋଇ ନ ପାରିବାରୁ ସମସ୍ୟା ବଢ଼ି ବଢ଼ି ଯାଉଛି। ଏ ନେଇ ସିଡିଏମ୍‌ଓ ନୀଳକଣ୍ଠ ମିଶ୍ର କୁହନ୍ତି, ଆରକେଏସ୍‌ ବୈଠକରେ ମେଡିକାଲର ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ପର୍ଯ୍ୟାୟକ୍ରମେ ସମସ୍ତ ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri